ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାର ବହଳଦା ଓ ତିରିଂ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି । ଏହାକୁ ଜୋରଦାର ବିରୋଧ କରି ବିଜେପି ପକ୍ଷରୁ ବ୍ଲକ ଘେରାଉ କରାଯିବା ସହିତ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।
ଜିଲ୍ଲାର ଏହି ବହଳଦା ଓ ତିରିଂ ବ୍ଲକ ଘେରାଉ କରାଯାଇଛି । ତେବେ ଏନେଇ ବିଜେପି ପକ୍ଷରୁ ଉଚ୍ଚସ୍ତରୀୟ ତଦନ୍ତ ଦାବି କରାଯାଇଛି। ପ୍ରକୃତ ଦୋଷୀଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ଗିରଫ ଦାବି କରିଛି ବିଜେପି । ପରେ ବିଜେପି ପକ୍ଷରୁ ବିଡ଼ିଓଙ୍କ ମାଧ୍ୟମରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ରାଇରଙ୍ଗପୁର ବିଧାୟକ ନବଚରଣ ମାଝୀଙ୍କ ନେତୃତ୍ବରେ ଅନେକ ବିଜେପି କର୍ମୀ ଏହି ବିକ୍ଷୋଭରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି ।
ରାଇରଙ୍ଗପୁରରୁ ସଞ୍ଜୟ କୁମାର ପରିଡା, ଇଟିଭି ଭାରତ