ETV Bharat / state

ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ ଅନୁଷ୍ଠିତ

ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତିର ସମ୍ମିଳନୀ ୨୦୨୦-୨୧ ବାରିପଦା ସହିଦ ସ୍ମୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଅଧିକ ପଢନ୍ତୁ...

ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ

author img

By

Published : Mar 26, 2021, 6:46 AM IST

ବାରିପଦା: ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତିର ସମ୍ମିଳନୀ ୨୦୨୦-୨୧ ବାରିପଦା ସହିଦ ସ୍ମୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ମୟୂରଭଞ୍ଜ ଜିଲ୍ଲାର ୨୬ ଟି ବ୍ଲକ ଓ ଚାରୋଟି ସବ ଡିଭିଜନରୁ ଆଶା ଦିଦି, ଗାଁ କଲ୍ୟାଣ ସମିତି ମହିଳା ସଦସ୍ୟ ଓ ମହିଳା ଆରୋଗ୍ୟ ସମିତିର ମହିଳା ମାନେ ଯୋଗ ଦେଇଥିଲେ।

ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ରୂପଭାନୁ ମିଶ୍ର ଯୋଗ ଦେଇଥିବା ବେଳେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବୀନ୍ଦ୍ର ନାୟକ ପ୍ରମୁଖ ଯୋଗ ଦେଇଥିଲେ।

ଏହି ଜିଲ୍ଲାସ୍ତରୀୟ ସମ୍ମିଳନୀରେ କର୍ମ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଆଶାକର୍ମୀ, ଗାଁ କଲ୍ୟାଣ ସମିତି ମହିଳା ସଦସ୍ୟ ଓ ମହିଳା ଆରୋଗ୍ୟ ସମିତିର ମହିଳାମାନଙ୍କୁ ସମ୍ମାନିତ କରାଯାଇଥିଲା।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.