ବାରିପଦା: ଆଜି(ଶୁକ୍ରବାର) ହେଉଛି ମୟୂରଭଞ୍ଜ ଜିଲ୍ଲାର ଗର୍ବ ଓ ଗୌରବ ପ୍ରଜାବତ୍ସଳ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୧ ତମ ଜୟନ୍ତୀ । ଏହି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମହାରାଜାଙ୍କ ଜୟନ୍ତୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଛି ।
ତେବେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପ୍ରତିମୂର୍ତ୍ତିରେ ମୟୂରଭଞ୍ଜ ଜିଲ୍ଲାପାଳ ଭିନିତ ଭରଦ୍ବାଜ ଫୁଲମାଳ ଦେଇ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ସମେତ ଉପ-ଜିଲ୍ଲାପାଳ ଅନ୍ୟା ଦାସ, ମୟୂରଭଞ୍ଜ ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ଓ ପ୍ରଶାସନିକ ଅଧିକାରୀ, ବୁଦ୍ଧିଜୀବୀ, ଆଇନଜୀବୀ ପ୍ରମୁଖ ଉପସ୍ଥିତ ଥିଲେ ।
ଏହା ବି ପଢନ୍ତୁ: Sriram Chandra Bhanj Deo: ସାହିତ୍ୟକୁ ଭଲପାଉଥିଲେ, ଓଡିଆଙ୍କ ଉନ୍ନତି ପାଇଁ କାମ କରୁଥିଲେ
ଏହି ଅବସରରେ ଜିଲ୍ଲାର ତତ୍କାଳୀନ ପ୍ରଜାବତ୍ସଳ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ଜିଲ୍ଲା ତଥା ରାଜ୍ୟ ପ୍ରତି ଥିବା ଅବଦାନ ଉପରେ ଆଲୋଚନା ହୋଇଥିଲା ।
ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ