ବାରିପଦା: ଦ୍ଵିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ଦିନକୁ ଦିନ ଦାବି ଜୋର ଧରୁଛି। ପୁରୀ ପରେ ଦ୍ବିତୀୟ ଶ୍ରୀକ୍ଷେତ୍ର ରୂପେ ପରିଚିତ ବାରିପଦା ଶ୍ରୀ ଶ୍ରୀ ହରିବଳଦେଵ ଜୀଉଙ୍କର ରଥଯାତ୍ରା ପାଇଁ ରାଜ୍ୟ ସରକାର ଅନୁମତି ଦିଅନ୍ତୁ ବୋଲି ଦାବି କରିଛି ବିଜେପି। ଏନେଇ ମଙ୍ଗଳବାର ମୟୂରଭଞ୍ଜ ଜିଲ୍ଲା ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣ ଧାରଣା ଦିଆଯାଇଥିଲା।
କୋଭିଡ କଟକଣା ମଧ୍ୟରେ ଦ୍ବିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ଅନୁମତି ଦେବାକୁ ବିଜେପି ଦାବି କରିଥିବା ବେଳେ ବିଜେପି କର୍ମକର୍ତ୍ତା ମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେବା ସହ ଘଣ୍ଟଘଣ୍ଟା ପିଟି ପ୍ରତିବାଦ କରିଛନ୍ତି। ଏହି ପ୍ରତିବାଦ କାର୍ଯ୍ୟକ୍ରମରେ ମୟୂରଭଞ୍ଜ ବିଜେପି ସାଂସଦ ବିଶ୍ବେଶ୍ବର ଟୁଡୁ, ଜିଲ୍ଲା ସଭାପତି କାନ୍ଦରା ସରେନଙ୍କ ସହ ପୂର୍ବତନ ବିଜେପି ଜିଲ୍ଲା ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସହ ଅନ୍ୟ ବିଜେପି କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ।
ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ