ETV Bharat / state

22ରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, 24 ଶହ କୋଟି ମୂଲ୍ୟ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ - ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୟୂରଭଞ୍ଜ ଗସ୍ତ । 24 ଶହ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବା ସହ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିବେ। ଅଧିକ ପଢନ୍ତୁ...

tomarrow Cm Naveen Pattanik visit to mayurbhanj  for BSKY
22ରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ; 24 ଶହ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ
author img

By

Published : Oct 18, 2021, 7:48 PM IST

ଭୁବନେଶ୍ବର: ଆସନ୍ତା 22 ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ସହ 24 ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ । ଏ ନେଇ ସରକାରୀ ଓ ଦଳୀୟ ସ୍ତରରେ ବ୍ୟାପକ ପ୍ରସ୍ତୁତି କରାଯାଉଛି ।

ପୂର୍ବରୁ ବିଭିନ୍ନ କାରଣରୁ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ ହୋଇଥିଲା । ତେବେ ଆସନ୍ତା 22 ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ତାରିଖ ଧାର୍ଯ୍ୟ ହୋଇଛି । 22 ତାରିଖ ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରିପଦାରେ ପହଞ୍ଚିବେ । ହେଲିକପ୍ଟର ଯୋଗେ ବାରିପଦା କଲେଜ ପଡ଼ିଆରେ ଅବତରଣ କରିବେ । ଏହା ପରେ ସହିଦ ସ୍ମୃତି ସଦନରେ ଆୟୋଜିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାର ପ୍ରାୟ 6 ଲକ୍ଷ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

ଏହା ସହ ଜିଲ୍ଲାର ବିଭିନ୍ନ ଉନ୍ନୟନ କାର୍ଯ୍ୟର ଶୁଭାରମ୍ଭ କରିବା ସହ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ପ୍ରାୟ 2155 କୋଟି ଟଙ୍କାର ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ପ୍ରାୟ 300 କୋଟି ପ୍ରକଳ୍ପ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ସଫଳ କରିବା ନେଇ ସରକାରୀ ଓ ଦଳୀୟ ସ୍ତରରେ ବ୍ୟାପକ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହୋଇଛି । ଜିଲ୍ଲାରେ ଡେରା ପକାଇଲେଣି ମନ୍ତ୍ରୀ ଓ ବିଧାୟକ । ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ ଶୁଭାରମ୍ଭ କରିବା ପରେ ମନ୍ତ୍ରୀ ମାନେ ବିଭିନ୍ନ ବ୍ଲକରେ ଏହି କାର୍ଯ୍ୟକ୍ରମ କରିବେ ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ,ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.