ETV Bharat / state

ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ କଂଗ୍ରେସର ପ୍ରତିବାଦ - କଂଗ୍ରେସର ପ୍ରତିବାଦ

ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ ପକ୍ଷରୁ ପେଟ୍ରୋଲ ଓ ଡିଜେଲର ଅହେତୁକ ଦରବୃଦ୍ଧିକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

_congress
ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ କଂଗ୍ରେସର ପ୍ରତିବାଦ
author img

By

Published : Jun 29, 2020, 2:39 PM IST

Updated : Jun 29, 2020, 4:12 PM IST

ବାରିପଦା: ପେଟ୍ରୋଲ ଓ ଡିଜେଲର ଅହେତୁକ ଦରବୃଦ୍ଧିକୁ ନେଇ ତାତିଛି କଂଗ୍ରେସ। ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ ପକ୍ଷରୁ ପେଟ୍ରୋଲ ଓ ଡିଜେଲର ଅହେତୁକ ଦରବୃଦ୍ଧିକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ କଂଗ୍ରେସର ପ୍ରତିବାଦ

ଲଗାତାର ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧିକୁ ନେଇ ଦେଶବ୍ୟାପୀ କଂଗ୍ରେସ ପ୍ରତିବାଦ କରୁଛି । ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ ପକ୍ଷରୁ ବାରିପଦା ସ୍ଥିତ ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦିଆଯାଇଛି।

କୋରୋନା ମହାମାରୀ ସହ ସମଗ୍ର ଦେଶବାସୀ ଲଢ଼ୁଥିବା ବେଳେ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ନିୟନ୍ତ୍ରଣ କରିବାରେ ବିଫଳ ହୋଇଛି ବୋଲି ସାଧାରଣ କଂଗ୍ରେସ ଅଭିଯୋଗ କରିଛି । ଏଣୁ ତୁରନ୍ତ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେବା ଜରୁରୀ ବୋଲି କଂଗ୍ରେସ କହିଥିବା ବେଳେ ଏ ନେଇ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛି କଂଗ୍ରେସ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

Last Updated : Jun 29, 2020, 4:12 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.