ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ଏପର୍ଯ୍ୟନ୍ତ ମୋଟ ପଜିଟିଭ ସଂଖ୍ୟା ୨୬୬ ରେ ପହଞ୍ଚିଥିବା ବେଳେ ସେଥିମଧ୍ୟରୁ ୧୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ ଆକ୍ରାନ୍ତ ସକ୍ରିୟ ଅଛନ୍ତି । ସୋମବାର ପୁଣି ୮ ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।
ତେବେ ନୂଆ ଭାବେ ଚିହ୍ନଟ ୮ ଜଣ କୋରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରେ ଥିବାବେଳେ ତିନିଜଣ ସ୍ଥାନୀୟ ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ୫ ଜଣକ ମଧ୍ୟରୁ ଶୁକ୍ରୁଲି, ବିଜାତଳା ବ୍ଲକ ଦୁଇ ଜଣ ଏବଂ ଶ୍ୟାମଖୁଣ୍ଟା ବ୍ଲକରୁ ଜଣେ ଲେଖାଏଁ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୋମବାର କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ୫ ଜଣଙ୍କ ମଧ୍ୟରୁ କର୍ଣ୍ଣାଟକ, ଦୁଇ ଜଣ ତେଲେଙ୍ଗାନା, ମହାରାଷ୍ଟ୍ର ଓ ଉତ୍ତରପ୍ରଦେଶରୁ ଜଣେ ଲେଖାଏଁ ଫେରିଥିବା ଜଣାପଡିଛି ।
ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ତିନି ଜଣଙ୍କ ମଧ୍ୟରୁ ବିଶୋଇ, ଜି ବି ନଗର, କପ୍ତିପଦା ବ୍ଲକର ବୋଲି ଜଣାପଡିଛି । ତେବେ ଚିକିତ୍ସା ନିମନ୍ତେ ସମସ୍ତ ୮ ଜଣଙ୍କୁ ବାଙ୍କୀସୋଲ ସ୍ଥିତ କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଥିବା ବ୍ୟକ୍ତି ମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରଖିଛି ଜିଲ୍ଲା ପ୍ରଶାସନ।
ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ