ETV Bharat / state

ଦୁର୍ଗମ ଅଞ୍ଚଳରେ ଅବକାରୀ ବିଭାଗର ଚଢାଉ, ଦେଶୀମଦ ଜବତ

author img

By

Published : Oct 20, 2020, 2:17 PM IST

Updated : Oct 20, 2020, 6:05 PM IST

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପଖଣ୍ଡର ଦୁର୍ଗମ ଅଞ୍ଚଳରେ ଅବକାରୀ ବିଭାଗର ଚଢାଉ। ଅଧିକ ପଢନ୍ତୁ...

ଦୁର୍ଗମ ଅଞ୍ଚଳରେ ଅବକାରୀ ବିଭାଗର ଚଢାଉ
ଦୁର୍ଗମ ଅଞ୍ଚଳରେ ଅବକାରୀ ବିଭାଗର ଚଢାଉ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପଖଣ୍ଡର ଦୁର୍ଗମ ଅଞ୍ଚଳରେ ଅବକାରୀ ବିଭାଗର ଚଢାଉ। ବ୍ୟାପକ ପରିମାଣରେ ମଦରନ୍ଧା ସରଞ୍ଜାମ, ଦେଶୀ ମଦ ଜବତ କରିବା ସହ ପ୍ରଚୁର ପରିମାଣରେ ମହୁଲ ପୋଚ ମଧ୍ୟ ନଷ୍ଟ କରାଯାଇଛି।

ଦୁର୍ଗମ ଅଞ୍ଚଳରେ ଅବକାରୀ ବିଭାଗର ଚଢାଉ

ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅଧୀନସ୍ଥ ଚାଉଁରାଡିହି ଗ୍ରାମ ନିକଟସ୍ଥ ଦୁର୍ଗମ ଜଙ୍ଗଲରେ ରାଇରଙ୍ଗପୁର ଅବକାରୀ ବିଭାଗ ଅଚାନକ ଚଢାଉ କରିଛି । ଚଢାଉ କରାଯାଇ ବ୍ୟାପକ ପରିମାଣର ମଦରନ୍ଧା ସରଞ୍ଜାମ ଜବତ କରିବା ସହ ୭୦ ଲିଟର ଦେଶୀ ମଦ ଜବତ କରାଯାଇଛି । ଏହାସହ ମୋଟ୍ ୨୩୦୦ କିଲୋଗ୍ରାମ ମୋହୁଲ ପଚ ମଧ୍ୟ ନଷ୍ଟ କରାଯାଇଛି।

ବିଶେଷ ସୁତ୍ରରୁ ଖବର ପାଇ ରାଇରଙ୍ଗପୁର ଅବକାରୀ ବିଭାଗର ଭାରପ୍ରାପ୍ତ ଅଧିକାରୀ ହରିହର ସିଂ ସଦଳବଳେ ଚଢାଉ କରିଥିବା ଜଣାପଡିଛି।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ

Last Updated : Oct 20, 2020, 6:05 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.