ରାଇରଙ୍ଗପୁର: ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟରେ ଲାଗିଛି ପ୍ରଥମ ନିଆଁ । ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟର ଗୁରୁଗୁଡ଼ିଆ, ତାଳବନ୍ଧ ଓ ଜଶିପୁର ରେଞ୍ଜର କିଛି ଜାଗାରେ ନିଆଁ ଲାଗିଛି । ଗତ ବର୍ଷ ଶିମିଳିପାଳ ଅଭୟାରଣ୍ୟର ବିଭିନ୍ନ ଜାଗାରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ନିଆଁକୁ ଆୟତ୍ତ କରିବା ପାଇଁ ଓଡ୍ରାଫ ଟିମ ସହିତ ଅଗ୍ନିଶମ ବିଭାଗ ନିୟୋଜିତ ହୋଇ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଥିଲେ।
ତେବେ ଚଳିତ ବର୍ଷ ଜଙ୍ଗଲ ନିଆଁକୁ ଆୟତ୍ତ କରିବା ପାଇଁ ବିଭିନ୍ନ ସମୟରେ ୬୦୦ଟି ସଚେତନତା ରାଲି ଏବଂ ୬୦ଟି ମିଳିତ ମକଡ୍ରିଲ କରିଥିଲା ବନବିଭାଗ । ସେହିପରି ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲିଭା କାର୍ଯ୍ୟରେ ୭୦୦ ଜଣ ବନ କର୍ମଚାରୀ ନିୟୋଜିତ ଥିବାବେଳେ ୫୦୦ଟି ନିଆଁ ଲିଭା ମେସିନ ନିୟୋଜିତ ହୋଇଛି । ତଥାପି କିପରି ଅଭୟାରଣ୍ୟ ମଧ୍ୟରେ ନିଆଁ ଲାଗୁଛି, ତାହା ତଦନ୍ତ ସାପେକ୍ଷ ବୋଲି ପରିବେଶବିତ୍ ମାନେ ମତ ପ୍ରକାଶ କରିଛନ୍ତି ।
ରାଇରଙ୍ଗପୁରରୁ ସଞ୍ଜୟ କୁମାର ପରିଡା, ଇଟିଭି ଭାରତ