ETV Bharat / state

ଡାକ୍ତରଙ୍କ ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି । ତେବେ ଡାକ୍ତରଙ୍କ ଅବହେଳା ଯୋଗୁଁ ରୋଗୀର ମୃତ ଘଟିଥିବା ମୃତକଙ୍କ ଭାଇ ଓ ସମ୍ପର୍କୀୟ ଅଭିଯୋଗ କରିଛନ୍ତି । ଅଧିକ ପଢନ୍ତୁ...

author img

By

Published : Feb 21, 2020, 5:59 PM IST

man death in rairangpur
ଡାକ୍ତରଙ୍କ ଅବହେଳା ଯୋଗୁ ରୋଗୀ ମୃତ ଅଭିଯୋଗ

ରାଇରଙ୍ଗପୁର: ଡାକ୍ତରଙ୍କ ଅବହେଳା ଯୋଗୁଁ ରୋଗୀ ମୃତ୍ୟୁ ଅଭିଯୋଗ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି । ତେବେ ଡାକ୍ତରଙ୍କ ଅବହେଳା ଯୋଗୁ ରୋଗୀର ମୃତ ଘଟିଥିବା ମୃତକଙ୍କ ଭାଇ ଓ ସମ୍ପର୍କୀୟ ଅଭିଯୋଗ କରିଛନ୍ତି ।

ଡାକ୍ତରଙ୍କ ଅବହେଳା ଯୋଗୁ ରୋଗୀ ମୃତ ଅଭିଯୋଗ

ସୂଚନା ଅନୁଯାୟୀ, ମୟୂରଭଞ୍ଜ ଜିଲ୍ଲା ଗୋରୁମହିଷାଣୀ ଥାନା ମାଣିକପୁର ଗ୍ରାମର ପବନ ପାତ୍ର ନାମକ ଜଣେ ଯୁବକ ବିଷ ପିଇଦେଇଥିଲେ । ଏହି ଘଟଣା ଜାଣିବା ପରେ ପରିବାର ଲୋକେ ତାଙ୍କୁ ତୁରନ୍ତ ରାଇରଙ୍ଗପୁର ଡାକ୍ତରଖାନା ଆଣିଥିଲେ । ତେବେ ପବନ ମେଡିକାଲ ପହଞ୍ଚିବା ପରେ ସାମାନ୍ୟ ସୁସ୍ଥ ଅନୁଭବ କରିଥିଲେ । ମାତ୍ର ଗୁରୁବାର ତାଙ୍କର ମୃତ୍ୟୁ ଘଟିଛି ।

ଯାହାକୁ ନେଇ ମୃତକଙ୍କ ସାନ ଭାଇ ଡାକ୍ତରଙ୍କ କାର୍ଯ୍ୟରେ ଅବହେଳାରୁ ତାଙ୍କ ଭାଇଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ଆଣିବା ସହ ରାଇରଙ୍ଗପୁର ଟାଉନ ଥାନାର ଦ୍ଵାରସ୍ଥ ହୋଇଛନ୍ତି । ଏଥିସହ ଉକ୍ତ ଡାକ୍ତରଙ୍କ ଗିରଫ ଦାବି କରିଛନ୍ତି । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛନ୍ତି ।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.