ETV Bharat / state

ଗଛଡାଳ କାଟିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ମଠସାହି ଗାଁରେ 11 କେଭି ବିଦ୍ୟୁତ ତାତର ସଂସ୍ପର୍ଶରେ ଆସି ଜଣଙ୍କ ମୃତ୍ୟୁ ଘଟିଛି । ଅଧିକ ପଢନ୍ତୁ...

11 କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ମୃତ

author img

By

Published : Oct 17, 2020, 8:28 PM IST

ବାରିପଦା: ଗଛ ଡାଳ କାଟୁଥିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣଙ୍କ ମୃତ୍ୟୁ ଘଟିଛି । ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ମଠସାହି ଗାଁରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।

11 କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ସୂଚନା ଅନୁଯାୟୀ ଆଜି(ଶନିବାର) ମଠସାହି ଗ୍ରାମର ଗଙ୍ଗାଧର ଦେହୁରୀ ନାମକ ଜଣେ ବ୍ୟକ୍ତି ରାସ୍ତା ପାର୍ଶ୍ବରେ ଥିବା ଏକ ଗଛ ଡାଳ କାଟୁଥିଲେ । ଏହି ସମୟରେ ରାସ୍ତାଦେଇ ଯାଇଥିବା 11 କିଲୋ ଭୋଲ୍ଟର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତଳେ ପଡି ଯାଇଥିଲେ ।

ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ଗଙ୍ଗାଧରଙ୍କୁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ଉଦଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି ।

ମୟୁରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.