ETV Bharat / state

ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ - ରାଜସ୍ବ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡି

ମୟୂରଭଞ୍ଜ ଗସ୍ତରେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡି । ଜମ୍ଭୀରା ନଦୀରେ ଆସିଥିବା ପ୍ରଳୟଙ୍କରୀ ବନ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ । ଅଧିକ ପଢନ୍ତୁ...

revenue minister sudam marandi review on flood situation in mayurbhanj
ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡି
author img

By

Published : Oct 2, 2021, 10:18 PM IST

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଜମ୍ଭୀରା ନଦୀରେ ଆସିଥିବା ପ୍ରଳୟଙ୍କରୀ ବନ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା କରିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡି । ଶନିବାର ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ବାରିପଦା ଛଉ ପଡିଆ ଠାରେ ହେଲିକପ୍ଟର ଯୋଗେ ଅବତରଣ ପରେ ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲ୍ଲାର ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି ।

ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡି

ଗତ ସେପ୍ଟେମ୍ବର ୨୧ ଏବଂ ୨୨ ତାରିଖରେ ଜମ୍ଭୀରା ନଦୀରେ ଆସିଥିବା ପ୍ରଳୟଙ୍କରୀ ବନ୍ୟାରେ ମୋରଡ଼ା, ରାସଗୋବିନ୍ଦପୁର ଓ ଶୁଳିଆପଦା ବ୍ଲକ ପ୍ରଭାବିତ ହୋଇଥିଲା । ତେବେ ବନ୍ୟା କ୍ଷୟକ୍ଷତି ସମ୍ପର୍କରେ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଥିଲେ । ମୟୂରଭଞ୍ଜ ଜିଲ୍ଲାପାଳ କାର୍ଯ୍ୟାଳୟରେ ଥିବା ସମ୍ମିଳନୀ କକ୍ଷରେ କ୍ଷୟକ୍ଷତି ଆକଳନ ରିପୋର୍ଟ ସହ ବନ୍ୟାରେ ପ୍ରଭାବିତ ଯୋଗ୍ୟ ହିତାଧିକାରୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ। ଅନ୍ୟପକ୍ଷରେ ମୟୂରଭଞ୍ଜ ଜିଲ୍ଲାରେ ଅଗ୍ନିକାଣ୍ଡ, ସାପ କାମୁଡ଼ା, ବଜ୍ରପାତ ଓ ବନ୍ୟାଦ୍ବାରା ମୃତ୍ୟୁବରଣ କରିଥିବା ୨୮ ଜଣ ହିତାଧିକାରୀଙ୍କୁ ୪ ଲକ୍ଷ ଟଙ୍କା ଟଙ୍କା ଲେଖାଏଁ ମୋଟ ୧ କୋଟି ୧୨ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିଛନ୍ତି ।

ଏହି ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ସହ ରାଜ୍ୟସଭା ସାଂସଦ ମମତା ମହାନ୍ତ, କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ, ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ ସହ ଜିଲ୍ଲାପାଳ ଭିନିତ ଭରଦ୍ବାଜ ଜିଲ୍ଲାର ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ, ବିଡ଼ିଓ ଏବଂ ତହସିଲଦାରମାନେ ଉପସ୍ଥିତ ଥିଲେ ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.