ରାଇରଙ୍ଗପୁର: ମୟୁରଭଞ୍ଜ ଜିଲ୍ଲାରେ ୬୫ ତମ ବିଦ୍ୟାଳୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି । ଜିଲ୍ଲାର ତିରିଂ ବ୍ଲକ ଯଦୁନାଥପୁର ସୀମାନ୍ତ ଉଚ୍ଚ ବିଦ୍ୟାଳୟର ଖେଳ ପଡ଼ିଆରେ ରାଜ୍ୟ ବିଦ୍ୟାଳୟ ସମୂହର ୧୪ ବର୍ଷ ଏବଂ ୧୭ ବର୍ଷରୁ କମ୍ ବର୍ଗର ତିନି ଦିନିଆ ତୀରନ୍ଦାଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।
ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରାଙ୍କ ସଭାପତିତ୍ବରେ ବାମନଘାଟି ଉପଜିଲ୍ଲାପାଳ ଧର୍ମାନନ୍ଦ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦ୍ବୀପ ପ୍ରଜ୍ବଳନ ଓ ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।
ଏହି ପ୍ରତିଯୋଗିତାରେ ୧୪ଟି ଜିଲ୍ଲାରୁ ୧୪୫ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି । ଜିଲ୍ଲାର ତୀରନ୍ଦାଜ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟ ନେଇ ମୟୁରଭଞ୍ଜ ଜିଲ୍ଲା ଭଳି ଉପାନ୍ତ ଅଞ୍ଚଳରେ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବାରୁ କ୍ରୀଡାବିତ ମହଲରେ ବେଶ୍ ଉତ୍ସାହ ପରିଲକ୍ଷିତ ହୋଇଛି ।
ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ