ETV Bharat / state

ବାଇକକୁ ଧକ୍କା ଦେଲା ପିକଅପ ଭ୍ୟାନ: ଜଣେ ମୃତ, ୨ ଆହତ

ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ମଧୁପୁର ଗ୍ରାମ ନିକଟସ୍ଥ ରାଜ୍ୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ପିକଅପ ଭ୍ୟାନ ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ଦୁଇ ଜଣ ଗୁରୁତର ଅଛନ୍ତି । ଅଧିକ ପଢ଼ନ୍ତୁ

severe road accident in mayurbhanj
ବାଇକକୁ ଧକ୍କା ଦେଲା ପିକଅପ ଭ୍ୟାନ: ଜଣେ ମୃତ, ୨ ଆହତ
author img

By

Published : Jun 7, 2022, 2:56 PM IST

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ମଧୁପୁର ଗ୍ରାମ ନିକଟସ୍ଥ ରାଜ୍ୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ପିକଅପ ଭ୍ୟାନ ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ଦୁଇ ଜଣ ଗୁରୁତର ଅଛନ୍ତି ।

ସୂଚନା ଅନୁଯାୟୀ, ବିଶୋଇ ଥାନା ଅନ୍ତର୍ଗତ ଜେଡେରଘୁଟୁ ଗ୍ରାମର ଦାସମାତ ହେମ୍ବ୍ରମ, ବୁଢାନ ମୁର୍ମୁ ଓ କାରା ମୁର୍ମୁ ତିନି ଜଣ ଏକ ବାଇକ ଯୋଗେ ରାସନ ଚାଉଳ ଆଣିବା ପାଇଁ ଲୁହାକାନୀ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଉଥିଲେ । ତେବେ ମଧୁପୁର ଗ୍ରାମ ନିକଟସ୍ଥ ରାଜପଥରେ ରାଇରଙ୍ଗପୁର ଅଭିମୁଖେ ଯାଉଥିବା ଏକ ପିକଅପ ଭ୍ୟାନ ଭାରସାମ୍ୟ ହରାଇ ବାଇକକୁ ଧକ୍କା ଦେଇ ରାସ୍ତା ଉପରେ ଓଲଟି ପଡ଼ିଥିଲା । ଫଳରେ ବାଇକରେ ଥିବା ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ଦାସମାତ ମୁର୍ମୁଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟ ଦୁଇ ଗୁରୁତରଙ୍କ ଚିକିତ୍ସା ଜାରି ରହିଛି । ସେପଟେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାମଲା ରୁଜୁ କରିବା ସହିତ ପିକଅପ ଭ୍ୟାନ ଚାଳକକୁ ଥାନାରେ ଅଟକ ରଖିଛି ।

ଇଟିଭି ଭାରତ, ରାଇରଙ୍ଗପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.