ବାରିପଦା: ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ ରାଜ୍ୟବ୍ୟାପି ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଜାରି ରହିଥିବା ବେଳେ ସୋମବାର ମୟୂରଭଞ୍ଜ ଜିଲ୍ଲା ଭଞ୍ଜସେନା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏଥିସହ ଭଞ୍ଜସେନା ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି ।
ଏହି ଆନ୍ଦୋଳନରେ ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ସାମିଲ ହୋଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନକୁ ବାତିଲ ନ କରି ଏହାର ପୁନଃ ବିଚାର କରିବା ପାଇଁ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ରାଜ୍ୟ ସରକାର, ଓଡ଼ିଶା ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦେଇଛନ୍ତି।
ଏଥିସହ ଛାତ୍ର ସଂସଦ ନିର୍ବାଚନ ପାଇଁ ଲିଙ୍ଗଡୋ କମିଶନ ରହିଛି । ଲିଙ୍ଗଡୋ କମିଶନଙ୍କ ସର୍ତ୍ତାବଳୀ ଅନୁଯାୟୀ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ଅନୁଷ୍ଠିତ ହୋଇଥାଏ । ତେବେ ନିର୍ବାଚନକୁ କାହିଁକି ବାତିଲ କରାଯାଇଛି ଏନେଇ ପ୍ରଶ୍ନ କରିଛି ଭଞ୍ଜସେନା।
ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ