ରାଇରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର । ଟ୍ରାକ୍ଟର ତଳେ ଚାପି ହୋଇ ଚାଳକ ମୃତ । ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ହଳଦା କଲୋନୀ ସାହିରେ ।
ସୂଚନା ଅନୁସାରେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ରାସ୍ତା କଡରେ ଥିବା ବିଲରେ ଓଲଟି ପଡିଥିଲା । ଫଳରେ ଡ୍ରାଇଭର ଜଣକ ଟ୍ରାକ୍ଟର ତଳେ ଚାପି ହୋଇ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ଘଟିଛି । ମୃତ ଚାଳକ ଜଣକ ହେଲେ ହଳଦା କଲୋନୀ ସାହିର ଭୀମସେନ ସୋରେନ । ଖବର ପାଇ ଦମକଳ ବାହିନୀ ଓ ପୋଲିସ ପହଞ୍ଚି ଡ୍ରାଇଭରଙ୍କୁ ଟ୍ରାକ୍ଟର ତଳୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ହସ୍ପିଟାଲକୁ ନିଆଯାଇଛି ।
ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ