ETV Bharat / state

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବାଇକ: ଚାଲିଗଲା 2 ଜୀବନ, ଜଣେ ଗୁରୁତର - ସଡକ ଦୁର୍ଘଟଣାରେ 2 ମୃତ

ମୟୂରଭଞ୍ଜ ଗୋପାଳପୁର ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର । ପୋଲିସର ଛାନଭିନ ଆରମ୍ଭ । ରେଡକ୍ରସ ତରଫରୁ ମୃତକଙ୍କ ପରିବାରକୁ ୫୦୦୦ ଟଙ୍କା ଲେଖାଏଁ କ୍ଷତିପୂରଣ ରାଶି ପ୍ରଦାନ । ଅଧିକ ପଢନ୍ତୁ

ମୟୂରଭଞ୍ଜରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଦୁଇ ମୃତ, ଜଣେ ଗୁରୁତର

author img

By

Published : Apr 16, 2022, 1:01 PM IST

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗୋପାଳପୁର ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତ ଯୁବକ ଦ୍ବୟ ହେଲେ ଗ୍ରାମାଞ୍ଚଳ ଥାନା ମହିଷାନେଦା ଗ୍ରାମର ଶ୍ୟାମ ମୁର୍ମୁ ଓ ଭୋଗାନ ମୁର୍ମୁ ବୋଲି ସୂଚନା ମିଳିଛି ।

ଗୁରୁତର ଯୁବକ ଜଣକ ହେଲେ ନାରାୟଣ ସୋରେନ । ସୂଚନା ଅନୁଯାୟୀ, ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୋପାଳପୁର ନିକଟରେ ଠିଆ ହୋଇଥିବା ଏକ ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା ବାଇକ । ତେବେ ଘଟଣା ସ୍ଥଳରୁ ସ୍ଥାନୀୟ ଲୋକେ ତିନି ଜଣଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରିଯାଇଥିଲା ।

ମୟୂରଭଞ୍ଜରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଦୁଇ ମୃତ, ଜଣେ ଗୁରୁତର

ସେଠାରେ ଦୁଇ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଜଣଙ୍କର ଚିକିତ୍ସା ଜାରି ରହିଛି । ଖବର ପାଇ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ମୃତଦେହ ଦୁଇଟିକୁ ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ଡାକ୍ତରଖାନା ପଠାଇଛି । ସେପଟେ ରେଡକ୍ରସ ତରଫରୁ ମୃତକଙ୍କ ପରିବାରକୁ ୫୦୦୦ ଟଙ୍କା ଲେଖାଏଁ କ୍ଷତିପୂରଣ ରାଶି ପ୍ରଦାନ କରାଯାଇଛି।

ରାଇରଙ୍ଗପୁରରୁ ସଞ୍ଜୟ କୁମାର ପରିଡା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.