ETV Bharat / state

ପଡିଆରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ବିକାଶନଗର ସରକାରୀ ସ୍କୁଲ ନିକଟ ପଡ଼ିଆରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

author img

By

Published : Jun 12, 2019, 3:36 AM IST

ଫଟୋ ସୌଜନ୍ୟ: ପ୍ରତିନିଧି, ରାଇରଙ୍ଗପୁର

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ବିକାଶନଗର ସରକାରୀ ସ୍କୁଲ ନିକଟ ପଡ଼ିଆରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ପଡିଆରେ ମୃତଦେହ ପଡିଥିବାର ଦେଖି ସ୍ଥାନୀୟ ଲୋକେ ଏସମ୍ପର୍କରେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା । ପରେ ଏହାକୁ ବ୍ୟବଚ୍ଛେଦ ନିମନ୍ତେ ଆମ୍ବୁଲାନ୍ସ ଯୋଗେ ରାଇରଙ୍ଗପୁର ଡାକ୍ତରଖାନା ପଠାଇଥିଲେ ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ରାଇରଙ୍ଗପୁର

ମୃତ ଯୁବକଙ୍କ ପରିଚୟ ଅସ୍ପଷ୍ଟ ଥିବାବେଳେ ତାଙ୍କ ବୟସ 30 ହେବ ବୋଲି ଅନୁମାନ କରାଯାଉଛି । ତେବେ ଯୁବକଙ୍କ ମୃତଦେହ ନିକଟରୁ ଚପଲ, ଟୋପି, ପ୍ୟାଣ୍ଟ୍ ଓ ସାଇକେଲକୁ ଜବତ କରିଥିବା ବେଳେ ତାଙ୍କ ମୁହଁରେ କ୍ଷତ ଚିହ୍ନ ଦେଖିବାକୁ ମିଳିଥିଲା । ଆଜି ତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୋଲିସ ପ୍ରକାଶ କରିଛି । ସେପଟେ ରାଇରଙ୍ଗପୁର ଟାଉନ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.