ETV Bharat / state

ଅଜଣା ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର - deadbody found in mayurbhanaja similaipala

ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ବୋରେହିପାଣି ଗ୍ରାମ ପଞ୍ଚାୟତ ମାଟିଘାଟି ଫୋନ ପଏଣ୍ଟ ନିକଟରୁ ଜଣେ ଅଜଣା ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କରିଛି ପୋଲିସ ।

women deadbody found in mayurbhanaja
ଅଜଣା ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
author img

By

Published : Mar 14, 2020, 10:55 AM IST

ରାଇରଙ୍ଗପୁର: ଅଜଣା ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର । ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ବୋରେହିପାଣି ଗ୍ରାମ ପଞ୍ଚାୟତ ମାଟିଘାଟି ଫୋନ ପଏଣ୍ଟ ନିକଟରୁ ଜଣେ ଅଜଣା ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କରିଛି ପୋଲିସ ।

ଅଜଣା ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ସୂଚନା ଅନୁଯାୟୀ, ଶନିବାର ସକାଳେ ବୋରେହିପାଣି ଗ୍ରାମ ପଞ୍ଚାୟତ ମାଟିଘାଟି ଫୋନ ପଏଣ୍ଟ ପାଖରେ ଏକ ମହିଳାଙ୍କ ମୃତଦେହ ପଡିଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ । ଏହାପରେ ଗ୍ରାମବାସୀ ଯଶିପୁର ଥାନା ପୋଲିସକୁ ଖବର ଦେଇଥିଲେ ।

ଖବର ପାଇ ଯଶିପୁର ଥାନା ପୋଲିସ ଏବଂ ସାଇଣ୍ଟିଫିକ ଟିମ ଘଟଣା ସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି । ତେବେ ପାରିପାର୍ଶ୍ବିକ ସ୍ଥିତିକୁ ଦେଖି କୌଣସି ଦୁର୍ବୃତ୍ତ ଉକ୍ତ ମହିଳା ଜଣଙ୍କୁ ଦୁଷ୍କର୍ମ ଓ ପରେ ହତ୍ୟା କରିଥିବା ଅନୁମାନ କରାଯାଉଛି ।

ସେପଟେ ମହିଳାଙ୍କ ପରିଚୟ ଅସ୍ପଷ୍ଟ ରହିଥିବାବେଳେ ଯଶିପୁର ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କରଞ୍ଜିଆ ଡାକ୍ତରଖାନା ପଠାଇଥିବା ଜଣାପଡିଛି ।ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ଘଟଣାର ପ୍ରକୃତ ସତ୍ୟାସତ୍ୟ ସାମ୍ନାକୁ ଆସିବ ବୋଲି ସାଧାରଣରେ ଆଲୋଚନା ହେଉଛି ।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.