ରାଇରଙ୍ଗପୁର: ଡ୍ୟାମରେ ଭାସୁଥିବା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ପୋଖରିଆ ଗ୍ରାମ ନିକଟସ୍ଥ ମହିଷାସିଙ୍ଗା ଡ୍ୟାମରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି ।
ମୃତ ଯୁବକ ଜଣକ ବାଇଗଣକୁଦର ଗ୍ରାମର ଦାମୁ ପୁର୍ତ୍ତି ବୋଲି ପୋଲିସ ଚିହ୍ନଟ କରିଛି । ତେବେ ମୃତଦେହ ମୁହଁ ମାଡି ଭାସୁଥିବା ଅବସ୍ଥାରେ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ ।
ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ମୃତଦେହକୁ ଉଦ୍ଧାର କରି ମୃତଦେହ ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ଡାକ୍ତରଖାନା ପଠାଇଥିବା ଜଣାପଡିଛି ।
ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ