ନବରଙ୍ଗପୁର: ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ହ୍ରାସ ପାଉଥିବା ସହ ନବରଙ୍ଗପୁର ଜିଲ୍ଲାରେ ମଧ୍ୟ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଗତ 24 ଘଣ୍ଟା ମଧ୍ୟରେ ଜିଲ୍ଲାରୁ ମାତ୍ର 21 ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଗୁରୁବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଉମରକୋଟ ପୌରାଞ୍ଚଳରୁ 10 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଡାବୁଗାଁ ଓ ଝରିଗାଁ ବ୍ଲକରୁ 3 ଜଣ ଲେଖାଏଁ ଏବଂ ନବରଙ୍ଗପୁର ପୌରାଞ୍ଚଳରୁ 2 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ନବରଙ୍ଗପୁର, ଉମରକୋଟ, ତେନ୍ତୁଳିଖୁଣ୍ଟି ବ୍ଲକରୁ ଜଣେ ଲେଖାଏଁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l
ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 5 ହଜାର 437କୁ ବୃଦ୍ଧି ପାଇ ଥିବାବେଳେ ସେଥି ମଧ୍ୟରୁ 5 ହଜାର 113 ଜଣ ସୁସ୍ଥ ହୋଇଛନ୍ତି l ବର୍ତ୍ତମାନ ଜିଲ୍ଲାରେ 288 ଜଣ ସକ୍ରିୟ ଆକ୍ରାନ୍ତଙ୍କ ମଧ୍ୟରୁ 208 ଜଣ ଆକ୍ରାନ୍ତ ଗୃହ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି l ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ମୋଟ 96 ହଜାର 349 ଜଣଙ୍କର ନମୁନା ସଂଗ୍ରହ କରାଯାଇ କୋଭିଡ ପରୀକ୍ଷା କରାଯାଇଛି l
ନବରଙ୍ଗପୁରରୁ ତପନ କୁମାର ବିଷୋୟୀ, ଇଟିଭି ଭାରତ