ETV Bharat / state

ନବରଙ୍ଗପୁରରେ 98 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

author img

By

Published : Sep 14, 2020, 7:18 PM IST

ଜିଲ୍ଲାରେ ବୃଦ୍ଧି ପାଇବାରେ ଲାଗିଛି କୋରୋନା ସଂକ୍ରମଣ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା 2314କୁ ଛୁଇଁଛି ଏହି ସଂଖ୍ୟା । ଅଧିକ ପଢନ୍ତୁ...

ନବରଙ୍ଗପୁର ଜିଲ୍ଲାରେ ଆଜି ପୁଣି 98ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନବରଙ୍ଗପୁର: ଜିଲ୍ଲାରେ କାୟା ବିସ୍ତାର କରୁଛି କୋରୋନା । ସହର ଠାରୁ ଆରମ୍ଭ କରି ଗ୍ରାମାଞ୍ଚଳରେ ବଢିବାରେ ଲାଗିଛି ସଂକ୍ରମଣ ସଂଖ୍ୟା । ସୋମବାର ପୁଣି ସର୍ବାଧିକ 98 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ ସଂଖ୍ୟା 2314କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପାଇବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ଏହି ନୂଆ 98 ଜଣଙ୍କ ମଧ୍ୟରୁ ନବରଙ୍ଗପୁର ମ୍ୟୁନିସିପାଲିଟିରୁ 34 ଜଣ ଓ ନବରଙ୍ଗପୁର ବ୍ଲକରୁ 23 ଜଣ ଏବଂ ଉମରକୋଟ ମ୍ୟୁନିସିପାଲିଟିର 13 ଜଣ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ତେନ୍ତୁଳିଖୁଣ୍ଟି ବ୍ଲକରୁ 4, କୋଷାଗୁମୁଡା ବ୍ଲକରୁ ଜଣେ, ପାପଡାହାଣ୍ଡି ବ୍ଲକରୁ 8, ନନ୍ଦାହାଣ୍ଡି ବ୍ଲକରୁ 8, ଚନ୍ଦାହାଣ୍ଡି ବ୍ଲକରୁ 3, ରାଇଘର ବ୍ଲକରୁ 4 ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ନବରଙ୍ଗପୁରରେ ପୁଣି 98ଟି ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଜିଲ୍ଲାରେ ମୋଟ ପଜିଟିଭ ସଂଖ୍ୟା 2314 ରହିଥିବାବେଳେ ସେମାନଙ୍କ ମଧ୍ୟରୁ 1372 ଜଣ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବାକି 930 ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଥିବାବେଳେ ସେମାନଙ୍କ ମଧ୍ୟରୁ 775 ଜଣ ଡାକ୍ତରଙ୍କ ପରାମର୍ଶ କ୍ରମେ ହୋମ ଆଇସୋଲେସନରେ ରହି ଚିକିତ୍ସିତ ହେଉଛନ୍ତି । ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ 55538 କୋରୋନା ଟେଷ୍ଟ କରାଯାଇଥିବା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

ନବରଙ୍ଗପୁରରୁ ତପନ କୁମାର ବିଷୋୟୀ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.