ETV Bharat / state

ନବରଙ୍ଗପୁରରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା ବୈଠକ

ନବରଙ୍ଗପୁରରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା(ବନ୍ୟା) କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ତରଫରୁ ଏ ବୈଠକ ଆୟୋଜିତ ହୋଇଥିଲା । ଅଧିକ ପଢନ୍ତୁ

author img

By

Published : Apr 27, 2022, 12:30 PM IST

ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା କମିଟି ବୈଠକ

ନବରଙ୍ଗପୁର: ନବରଙ୍ଗପୁରରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା(ବନ୍ୟା) କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପ୍ରଶାସନ ତରଫରୁ ଏ ବୈଠକ ଆୟୋଜିତ ହୋଇଥିଲା । ବୈଠକରେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତା କରିଥିଲେ । ଏହି ବୈଠକରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ ପ୍ରତିନିଧି ପ୍ରମୋଦ କୁମାର ପାଢୀ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଉମେରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କ ସମେତ ବହୁ ମାନ୍ୟଗନ୍ୟ ବ୍ୟକ୍ତି ଯୋଗ ଦେଇଥିଲେ ।

ବିଶେଷ କରି ବର୍ଷା ଦିନ ବନ୍ୟା ସମୟରେ ଏହାର ସଫଳ ମୁକାବିଲା କିପରି ଭାବରେ କରାଯାଇ ପାରିବ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ଜିଲ୍ଲାରେ ଥିବା ଦୁର୍ବଳ ନଦୀ ବନ୍ଧ ଗୁଡିକ ଶୀଘ୍ର ଚିହ୍ନଟ କରି ମରାମତି କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ବିଶେଷ କରି ବନ୍ୟା ପ୍ରବଣ ଅଞ୍ଚଳ ଗୁଡିକରେ ପ୍ରଯ୍ୟାପ୍ତ ପରିମାଣରେ ଚାଉଳ, କିରୋସିନୀ,ଚୁଡା, ଗୁଡ଼, ଗୋଖାଦ୍ୟ, ଔଷଧ ବ୍ୟତୀତ ଶୁଦ୍ଧ ପାନୀୟ ଜଳ ଏବଂ ସ୍ବାସ୍ଥ୍ୟ ପରିମଳ ବ୍ୟବସ୍ଥା ଉପରେ ଯଥା ସମ୍ଭବ ଆଗୁଆ ପଦକ୍ଷେପ ଗ୍ରହଣ କରିବା ପାଇଁ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ କହିଥିଲେ । ବନ୍ୟା ପ୍ରଭାବିତ ଅଞ୍ଚଳ ମାନଙ୍କରେ ସମ୍ଭାବ୍ୟ ମହାମାରୀକୁ ପ୍ରତିହିତ କରିବା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସହିତ ଉପସ୍ଥିତ ଥିବା ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

ସେହିପରି କୋଷାଗୁମୁଡ଼ା ବ୍ଲକର ଉକିଆପାଲି ପଞ୍ଚାୟତର ଘାଟବସୁଲି ଠାରେ ଏକ ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବା ପାଇଁ ସାଂସଦଙ୍କ ପ୍ରତିନିଧି, ବିଧାୟକ, କୋଷାଗୁମୁଡ଼ା ବ୍ଲକ ଅଧକ୍ଷାଙ୍କ ସହିତ ସମସ୍ତ ନିର୍ବାଚିତ ପ୍ରତିନିଧି ଦାବି ଉପସ୍ଥାପନ କରିଥିଲେ । ବନ୍ୟା,ବାତ୍ୟା ପରେ ପରେ ବିପର୍ଯ୍ୟୟ ପରବର୍ତ୍ତୀ ସମୟରେ ସଡକ ପରିସ୍କାର , ଅର୍ଦ୍ଧ ଭଗ୍ନ ବିଦ୍ୟୁତ ଖୁଣ୍ଟ ଗୁଡିକର ମରାମତି ଓ ପୁନଃରୁଦ୍ଧାର ଆଦି ସମସ୍ତ ପ୍ରକାର କାର୍ଯ୍ୟ ଯୁଦ୍ଧକାଳିନ ଭିତ୍ତିରେ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ।

ମୌସୁମୀ ବର୍ଷା ଆଗମନ ପୂର୍ବରୁ ଜିଲ୍ଲାରେ ଥିବା ସମସ୍ତ ନାଳ ନର୍ଦମା ଗୁଡିକୁ ସଫା ରଖିବା ନିମନ୍ତେ ସମ୍ପୃକ୍ତ ଵିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଡ଼ଃ ମିଶ୍ର ପରାମର୍ଶ ଦେଇଥିଲେ। ବର୍ଷା ଦିନ ପୂର୍ବରୁ ବ୍ଲକ ଗୁଡିକରେ ଥିବା ବୃଷ୍ଟିମାପ ଉପକରଣ ଗୁଡ଼ିକର ସଠିକ ଅନୁଧ୍ୟାନ କରି ଆଗାମୀ ପାଞ୍ଚ ତାରିଖ ସୁଦ୍ଧା ଏକ ବିବରଣୀ ପ୍ରଦାନ କରିବା ପାଇଁ ଉପଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ନିର୍ଦ୍ଧାରିତ ସମୟ ମଧ୍ୟରେ ସଠିକ ବୃଷ୍ଟିର ପରିମାଣ ଜିଲ୍ଲା ଜରୁରୀକାଳୀନ ଉପ ବିଭାଗକୁ ପ୍ରେରଣ କରିବା ପାଇଁ ସମ୍ପୃକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦେଇଥିଲେ ।

ନବରଙ୍ଗପୁରରୁ ତପନ କୁମାର ବିଶୋୟୀ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.