ନବରଙ୍ଗପୁର: ପୋଖରୀରେ ବୁଡ଼ି ନାବାଳିକାର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ ନବରଙ୍ଗପୁର ବଡ଼ଭିମାଗୁଡ଼ା ଗାଁର ଚଇନୁ ପନକାଙ୍କ 13 ବର୍ଷର ଝିଅ ନେହା ଗାଁର ଏକ ପୋଖରୀକୁ ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିଲେ । ହେଲେ ହଠାତ ଗୋଡ ଖସି ଯାଇଥିଲା । ଫଳରେ ସେ ବୁଡି ଯାଇଥିଲେ। ସ୍ଥାନୀୟ ଲୋକେ ଖୋଜାଖୋଜି କରିବା ସହ ଅଗ୍ନିଶମ ବିଭାଗକୁ ଖବରଦେଇଥିଲେ ।
ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ମୃତଦେହ ଉଦ୍ଧାର କରିଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି ।
ନବରଙ୍ଗପୁରରୁ ତପନ କୁମାର ବିଷୟୀ, ଇଟିଭି ଭାରତ