ETV Bharat / state

ନବରଙ୍ଗପୁରରେ ୧୩୩ଟି ଗାଁ ହେଲା ବାଲ୍ୟବିବାହ ମୁକ୍ତ - ବାଲ୍ୟବିବାହ

ନବରଙ୍ଗପୁର ଜିଲ୍ଲାର ୧୩୩ଟି ଗାଁକୁ ବାଲ୍ୟବିବାହ ମୁକ୍ତ ଗାଁ ଭାବେ ଜିଲ୍ଲାପାଳ ଡଃ ଅଜିତ କୁମାର ମିଶ୍ର ଘୋଷଣା କରିଛନ୍ତି । ଅଧିକ ପଢନ୍ତୁ...

ନବରଙ୍ଗପୁରରେ ୧୩୩ଟି ଗାଁ ହେଲା ବାଲ୍ୟବିବାହ ମୁକ୍ତ

author img

By

Published : Sep 2, 2021, 7:38 PM IST

ନବରଙ୍ଗପୁର: ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲ୍ଲାରେ ସାକ୍ଷରତା ଓ ସଚେତନତା ଅଭାବରୁ ବାଲ୍ୟ ବିବାହ ଭଳି କଳଙ୍କିତ ପ୍ରଥା ଆଜି ମଧ୍ୟ କାୟମ ରହିଛି । ଏହାକୁ ଦୂର କରିବା ପାଇଁ ଜିଲ୍ଲାପାଳ ଡଃ ଅଜିତ କୁମାର ମିଶ୍ର ଆରମ୍ଭ କରିଛନ୍ତି ଅନ୍ଵେଷା ଅଭିଯାନ । ଏହି ଅଭିଯାନ ଅନୁସାରେ ଜନ ସଚେତନତା ସୃଷ୍ଟି କରି ୨୦୨୪ ସୁଦ୍ଧା ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ସ୍ଥାନୀୟ ପ୍ରଶାସନ ଲକ୍ଷ୍ୟ ରଖିଛି । ସେପଟେ ଜିଲ୍ଲାର ୧୩୩ଟି ଗାଁକୁ ବାଲ୍ୟବିବାହ ମୁକ୍ତ ଗାଁ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ ।

ଜିଲ୍ଲାରେ ପରମ୍ପରା ନାମରେ କିଶୋରୀମାନଙ୍କୁ ବିବାହ ବନ୍ଧନରେ ବାନ୍ଧି ଦେଇ ଅକାଳରେ ମରଣ ମୁହଁକୁ ଠେଲି ଦେଉଛନ୍ତି ପିତାମାତା । ପରିପକ୍ଵ ବୟସ ପୂର୍ବରୁ ମାତୃତ୍ଵ ଲାଭ କରି ଅକାଳରେ ଝଡିଯାଉଛନ୍ତି କିଶୋରୀ ବାଳିକା । ତେବେ ଜିଲ୍ଲାରେ ଏଭଳି କୁତ୍ସିତ ପ୍ରଥାର ବିଲୋପ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ତପ୍ତରତା ପ୍ରକାଶ ପାଇଛି । ସମଗ୍ର ଜିଲ୍ଲାରେ ବାଲ୍ୟ ବିବାହର ସମାପ୍ତ ପାଇଁ ଜିଲ୍ଲାପାଳ ଡଃ ଅଜିତ କୁମାର ମିଶ୍ର ଆରମ୍ଭ କରିଛନ୍ତି ଅନ୍ଵେଷା ଅଭିଯାନ ।

ସମଗ୍ର ନବରଙ୍ଗପୁର ଜିଲ୍ଲାକୁ ୨୦୨୪ ମସିହା ସୁଧା ବାଲ୍ୟ ବିବାହ ମୁକ୍ତ ଜିଲ୍ଲା ଭାବରେ ପରିଗଣିତ କରିବା ପାଇଁ ଏହି ଅନ୍ଵେଷା ଅଭିଯାନ ମାଧ୍ୟମରେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ, ଶିଶୁ ସୁରକ୍ଷା ୟୁନିଟି, ୟୁନିସେଫ ଓ ଆକ୍ସନଏଡ ସଂସ୍ଥାର ମିଳିତ ପ୍ରୟାସରେ ଏକ ଯୋଜନା ବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇ ବାଲ୍ୟ ବିବାହକୁ ବନ୍ଦ କରିବା ପାଇଁ ପ୍ରୟାସ ଜାରି ରହିଛି । ବିଶେଷ କରି ଗ୍ରାମ ଗୁଡିକରେ ଜାତି ସମାଜର ମୁଖିଆ, ସରପଞ୍ଚ, ୱାର୍ଡମେମ୍ବର, ସ୍ବଂସହାୟକ ଦଳ ମାନଙ୍କ ସହିତ ବାଲ୍ୟ ବିବାହର କୁପରିଣାମ ବୈଠକ, ବାଲ୍ୟବିବାହ ମୁକ୍ତ ଗ୍ରାମ ଗଠନ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ।

ଅଙ୍ଗନୱାଡି କେନ୍ଦ୍ର ମାନଙ୍କରେ ମାସର ସମସ୍ତ ଶନିବାର କିଶୋରୀ ମାନଙ୍କର ବୈଠକ କରାଯାଇ ନାବାଳିକା ବିବାହର କୁପରିଣାମ, ରକ୍ତ ହୀନତାର ମୁକାବିଲା, ସନ୍ତୁଳିତ ଆହାର ଓ ଶିଶୁ ଅଧିକାର ଉପରେ ବ୍ୟାପକ ଭାବରେ ଆଲୋଚନା କରାଯିବା ସହିତ ଲୋହସାର ବଟିକାକୁ କିଶୋରୀମାନେ ସେବନ କରିବାକୁ ଦିଆଯାଉଛି । ଏହାର ପ୍ରଭାବରେ ଗ୍ରାମରେ ଜାତି ସମାଜର ମୁଖିଆ, ସରପଞ୍ଚ ,ୱାର୍ଡମେମ୍ବର, ସ୍ବଂସହାୟକ ଦଳମାନେ ଜିଲ୍ଲାର ବିଭିନ୍ନ ଗ୍ରାମଗୁଡିକୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କରିବା ପାଇଁ ଜିଲ୍ଲାପାଳଙ୍କୁ ସିଡିପିଓଙ୍କ ଜରିଆରେ ଆବେଦନ କରିବା ପରେ ଜିଲ୍ଲାପାଳ ଜିଲ୍ଲାର ମୋଟ ୧୩୩ଟି ଗ୍ରାମକୁ ଆନୁଷ୍ଠାନିକ ଭାବରେ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କରିଛନ୍ତି ।

ଏହି ଗ୍ରାମ ଗୁଡିକ ମଧ୍ୟରେ ନନ୍ଦାହାଣ୍ଡି ବ୍ଲକରେ ୧୬ ଟିଗାଁ , କୋଷାଗୁମୁଡା ବ୍ଲକରେ ୧୨ ଟି ଗାଁ , ଉମରକୋଟ ବ୍ଲକ ରେ ୬୧ ଟି ଗାଁ , ରାଇଘର ବ୍ଲକରେ ୨ ଟି ଗାଁ ଓ ତେନ୍ତୁଳିଖୁଣ୍ଟି ବ୍ଲକରେ ୪୨ ଟି ଗାଁ ଗ୍ରାମ ଅନ୍ତର୍ଭୁକ୍ତ ଅଟେ । ସେହିପରି ସମଗ୍ର ନବରଙ୍ଗପୁର ଜିଲ୍ଲାରେ ଗତବର୍ଷ ନଭେମ୍ବର ମାସରେ ୫ଟି ଗ୍ରାମ ,ଚଳିତ ବର୍ଷ ଏପ୍ରିଲ ମାସରେ ୪୭ଟି ଗ୍ରାମ , ମେ ମାସରେ ୩୬ ଗ୍ରାମ , ଜୁଲାଇ ମାସରେ ୮୪ ଟି ଗ୍ରାମ , ଅଗଷ୍ଟ ୧୦୯ ଟି ଗ୍ରାମ ଓ ସେପ୍ଟେମ୍ବର ୧୩୩ ଟି ଗ୍ରାମ କୁ ମିଶାଇ ମୋଟ ୪୧୪ଟି ଗ୍ରାମକୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କରାଯାଇଛି ।

ନବରଙ୍ଗପୁରରୁ ତପନ କୁମାର ବିଷୋୟୀ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.