ETV Bharat / state

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ - ନବରଙ୍ଗପୁର ଜିଲ୍ଲାପାଳଙ୍କ ଖବର

ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ ହୋଇଯାଇଛି । ଭର୍ଚୁଆଲ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ନବରଙ୍ଗପୁର ଜିଲ୍ଲାରେ କୋଭିଡର ମହାମାରୀର ସଫଳ ମୁକାବିଲା ବିଷୟରେ ଆଲୋଚନା ହୋଇଥିଲା । ଅଧିକ ପଢ଼ନ୍ତୁ...

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ

author img

By

Published : Jul 6, 2021, 6:40 AM IST

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ ହୋଇଯାଇଛି । ଭର୍ଚୁଆଲ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ନବରଙ୍ଗପୁର ଜିଲ୍ଲାରେ କୋଭିଡର ମହାମାରୀର ସଫଳ ମୁକାବିଲା ବିଷୟରେ ଆଲୋଚନା ହୋଇଥିଲା । ଏହାସହ ଆଶଙ୍କା ଥିବା ତୃତୀୟ ଲହର କୋରୋନାର ସଫଳ ମୁକାବିଲା କିଭଳି କରାଯାଇ ପାରିବ ତାହାକୁ ନେଇ ଆଲୋଚନା ହୋଇଥିଲା । ଜିଲ୍ଲାରେ କୋରୋନା ସଂକ୍ରମଣ ହାର କମ୍ ହେଉ ଥିବାରୁ, ଏହାର ସଫଳ ମୁକାବିଲା କ୍ଷେତ୍ରରେ ନିୟୋଜିତ ଥିବା ସମ୍ପୃକ୍ତ ସମସ୍ତ ପଦାଧିକାରୀ କର୍ମଚାରୀଙ୍କୁ ନବରଙ୍ଗପୁର ଜିଲ୍ଲାପାଳ ଡ଼କ୍ଟର ଅଜିତ କୁମାର ମିଶ୍ର ସାଧୁବାଦ ଜଣାଇଥିଲେ। ସେହିପରି, ଜିଲ୍ଲାରେ କୋରୋନା ଟୀକାକରଣ ଏବଂ ପରିଚାଳନା ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।

ଏହାସହ ମୌସୁମୀ ବର୍ଷା ଆଗମନ ପରିପ୍ରେକ୍ଷୀରେ ଚାଷୀଙ୍କୁ ଚାଷକାର୍ଯ୍ୟ ପାଇଁ ସାର ଏବଂ ବିହନ ଯୋଗାଇ ଦେବା ସହିତ ସାରର ଅଭାବ ବିକ୍ରି ଯେମିତି ନ ହୁଏ, ତାହା ଉପରେ ଗୁରୁତ୍ୱ ଦେବାକୁ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ, ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ରାସ୍ତାର ଉଭୟ ପାର୍ଶ୍ୱରେ ବ୍ୟାପକ ପରିମାଣରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ଜିଲ୍ଲାପାଳ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବର୍ଷା ଋତୁ ଆରମ୍ଭ ପରିପ୍ରେକ୍ଷୀରେ ଜିଲ୍ଲାରେ ସାମ୍ଭାବ୍ୟ ଡାଇରିଆର ନିରାକରଣ ଏବଂ ସଫଳ ମୁକାବିଲା ପାଇଁ ଜିଲ୍ଲାର ସମସ୍ତ ଆଶା ଏବଂ ଅଙ୍ଗନବାଡ଼ି କେନ୍ଦ୍ରରେ ପର୍ଯ୍ୟାପ୍ତ ପରିମାଣରେ ORS ପ୍ୟାକେଟ ଏବଂ ହାଲୋଜିନ ବଟିକା ମହୁଜତ ରଖିବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାରେ ମୋ ସ୍କୁଲ ଏବଂ ଇ-ପାଠାଗାରର ଆନୁସଙ୍ଗିକ ସମସ୍ତ କାର୍ଯ୍ୟକ୍ରମ ଆସନ୍ତା ୨୫ ସେପ୍ଟେମ୍ବର ୨୦୨୧ ସୁଦ୍ଧା ସମ୍ପୂର୍ଣ୍ଣ କରିବା ପାଇଁ ସମ୍ପୃକ୍ତ ପଦାଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ବୈଠକରେ ନୋଡାଲ ଅଧିକାରୀ, ପିଡି ଡିଆରଡିଏ ରମାକାନ୍ତ ନାୟକ, ଅତିରିକ୍ତ ଜିଲ୍ଲାପାଳ, ରତ୍ନାକର ସାହୁ, ଉପ ଜିଲ୍ଲାପାଳ ଭାସ୍କର ରୋଇତ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ମୌସୁମୀ ନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟନାୟକ ପ୍ରମୁଖ ଯୋଗ ଦେଇଥିଲେ । ଏହସହ ଜିଲ୍ଲାର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ସହିତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୋଗ ଦେଇଥିଲେ ।

ନବରଙ୍ଗପୁରରୁ ତପନ କୁମାର ବିଷୋୟୀ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.