ETV Bharat / state

ବାଲ୍ୟବିବାହ ମୁକ୍ତ ହେବ ନବରଙ୍ଗପୁର - Tribal district nabarangpur

ଅନ୍ଵେଷା ଅଭିଯାନ ମାଧ୍ୟମରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ, ଶିଶୁ ସୁରକ୍ଷା ୟୁନିଟି, ୟୁନିସେଫ ଓ ଆକ୍ସନଏଡର ମିଳିତ ପ୍ରୟାସରେ ୨୮୧ଟି ଗାଁ ବାଲ୍ୟବିବାହ ମୁକ୍ତ ହେବ । ଅଧିକ ପଢନ୍ତୁ...

ବାଲ୍ୟବିବାହ ମୁକ୍ତ ହେବ ନବରଙ୍ଗପୁର
ବାଲ୍ୟବିବାହ ମୁକ୍ତ ହେବ ନବରଙ୍ଗପୁର
author img

By

Published : Aug 4, 2021, 7:26 AM IST

ନବରଙ୍ଗପୁର: ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲ୍ଲାରେ ସାକ୍ଷରତା ଓ ସଚେତନତା ଅଭାବରୁ ବାଲ୍ୟବିବାହ ଭଳି କଳଙ୍କିତ ପ୍ରଥା ଏବେବି ପ୍ରଚଳିତ ହୋଇ ଆସୁଛି । ପରମ୍ପରା ନାଁରେ କିଶୋରୀ ବାଳିକା ମାନଙ୍କୁ ବିବାହ ବନ୍ଧନରେ ବାନ୍ଧିଦେଇ ଅକାଳରେ ମରଣ ମୁହଁକୁ ଠେଲି ଦେଉଛନ୍ତି ପିତାମାତା ଓ ସମ୍ପର୍କୀୟ । ପିଲାମାନଙ୍କର ପରିପକ୍ଵ ବୟସ ପୂର୍ବରୁ ମାତୃତ୍ଵ ଲାଭକରି ଅକାଳରେ ଝଡିଯାଉଛନ୍ତି କିଶୋରୀ ବାଳିକା । ତେବେ ଜିଲ୍ଲାରେ ଏଭଳି କୁତ୍ସିତ ପ୍ରଥାର ବିଲୋପ ପାଇଁ ଜିଲ୍ଲାପ୍ରଶାସନ ତରଫରୁ ତପ୍ତରତା ପ୍ରକାଶ ପାଇଛି । ସମଗ୍ର ନବରଙ୍ଗପୁର ଜିଲ୍ଲାରେ ବାଲ୍ୟ ବିବାହର ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାପାଳ ଅଜିତ କୁମାର ମିଶ୍ର ଆରମ୍ଭ କରିଛନ୍ତି ଅନ୍ଵେଷା ଅଭିଯାନ ।

ବାଲ୍ୟବିବାହ ମୁକ୍ତ ହେବ ନବରଙ୍ଗପୁର

ସମଗ୍ର ଜିଲ୍ଲାକୁ ୨୦୨୪ ମସିହା ସୁଧା ବାଲ୍ୟ ବିବାହ ମୁକ୍ତ ଜିଲ୍ଲା ଭାବରେ ପରିଗଣିତ କରିବା ପାଇଁ ଏହି ଅନ୍ଵେଷା ଅଭିଯାନ ମାଧ୍ୟମରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ, ଶିଶୁ ସୁରକ୍ଷା ୟୁନିଟି, ୟୁନିସେଫ ଓ ଆକ୍ସନଏଡ ସଂସ୍ଥାର ମିଳିତ ପ୍ରୟାସରେ ଏକ ଯୋଜନା ବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇ ବାଲ୍ୟବିବାହକୁ ବନ୍ଦ କରାଯିବା ନିମନ୍ତେ ପ୍ରୟାସ ଜାରି ରହିଛି । ବିଶେଷ କରି ଗ୍ରାମ ଗୁଡିକରେ ଜାତି ସମାଜର ମୁଖିଆ, ସରପଞ୍ଚ ,ୱାର୍ଡମେମ୍ବର ,ସ୍ବଂୟ ସହାୟକ ଦଳ ମାନଙ୍କ ସହିତ ବାଲ୍ୟବିବାହର କୁପରିଣାମ ବୈଠକ , ବାଲ୍ୟବିବାହ ମୁକ୍ତ ଗ୍ରାମ ଗଠନ ଓ ଅଙ୍ଗନୱାଡି କେନ୍ଦ୍ର ମାନଙ୍କରେ ମାସର ପ୍ରତି ଶନିବାର ଦିନ କିଶୋରୀ ମାନଙ୍କର ବୈଠକ କରାଯାଇ ନାବାଳିକା ବିବାହର କୁପରିଣାମ, ରକ୍ତ ହୀନତାର ମୁକାବିଲା, ସନ୍ତୁଳିତ ଆହାର ଓ ଶିଶୁ ଅଧିକାର ଉପରେ ବ୍ୟାପକ ଭାବରେ ଆଲୋଚନା କରାଯିବା ସହିତ ଲୌହସାର ବଟିକାକୁ କିଶୋରୀ ମାନେ ସେବନ କରିବାକୁ ଦିଆଯାଉଛି ।

ଆଉ ସେପଟେ ଏହାର ପ୍ରଭାବରେ ଗ୍ରାମ ଗୁଡିକରେ ଜାତି ସମାଜର ମୁଖିଆ, ସରପଞ୍ଚ ,ୱାର୍ଡମେମ୍ବର ,ସ୍ବଂୟ ସହାୟକ ଦଳ ମାନେ ଜିଲ୍ଲାର ବିଭିନ୍ନ ଗ୍ରାମ ଗୁଡିକୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କରିବା ପାଇଁ ଜିଲ୍ଲାପାଳଙ୍କୁ ସିଡିପିଓଙ୍କ ଜରିଆରେ ଆବେଦନ କରିବା ପରେ ଜିଲ୍ଲାପାଳ ଜିଲ୍ଲାର ମୋଟ ୨୮୧ଟି ଗ୍ରାମକୁ ଆନୁଷ୍ଠାନିକ ଭାବରେ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କରିଛନ୍ତି । ସମଗ୍ର ନବରଙ୍ଗପୁର ଜିଲ୍ଲାରେ ଗତବର୍ଷ ନଭେମ୍ବର ମାସରେ ୫ଟି ଗ୍ରାମ ,ଚଳିତ ବର୍ଷ ଏପ୍ରିଲ ମାସରେ ୪୭ ଗ୍ରାମ, ମେ' ମାସରେ ୩୬ ଗ୍ରାମ, ଜୁଲାଇ ମାସରେ ୮୪ଟି ଓ ଅଗଷ୍ଟ ୧୦୯ ଗ୍ରାମକୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଅଦ୍ୟାବଧି ଘୋଷଣା କରାଯାଇଛି ।

ସେଥିମଧ୍ୟରୁ ପାପଡାହାଣ୍ଡି ବ୍ଲକରେ ୧୩୦, ଝରିଗ୍ରାମ ବ୍ଲକରେ ୧୫, ନବରଙ୍ଗପୁର ବ୍ଲକରେ ୧୪, ନନ୍ଦହାଣ୍ଡି ବ୍ଲକରେ ୭, କୋଷାଗୁମୁଡା ବ୍ଲକରେ ୧୪, ଡାବୁଗ୍ରାମ ବ୍ଲକରେ ୧୬, ଉମରକୋଟ ବ୍ଲକ ରେ ୩୯ଟି ଗାଁ ଓ ରାଇଘର ବ୍ଲକ ରେ ୪୬ଟି ଗାଁ ଗ୍ରାମ ଅନ୍ତର୍ଭୁକ୍ତ ଅଛି ।

ନବରଙ୍ଗପୁରରୁ ତପନ କୁମାର ବିଷୋୟୀ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.