ETV Bharat / state

Nabarangapur Gangrape Case: ପୀଡିତାଙ୍କ ସ୍ବାସ୍ଥ୍ୟବସ୍ଥା ଗମ୍ଭୀର, ଉଠିଲା ଫାଶୀ ଦଣ୍ଡ ଦାବି

author img

By ETV Bharat Odisha Team

Published : Nov 10, 2023, 10:51 PM IST

ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ଆସିଛି । ପୀଡ଼ିତାଙ୍କ ସ୍ଵାସ୍ଥ୍ୟବସ୍ଥା ଗମ୍ଭୀର ରହିଥିବାରୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଅଧିକ ପଢନ୍ତୁ

rape alligation against teachers
ଶିକ୍ଷକଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ
ଶିକ୍ଷକଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ

ନବରଙ୍ଗପୁର: ଗୁରୁ ଶିଷ୍ୟ ପରମ୍ପରାରେ ଲାଗିଲା କଳଙ୍କ । ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ଆସିଛି । ପୀଡ଼ିତାଙ୍କ ସ୍ଵାସ୍ଥ୍ୟବସ୍ଥା ଗମ୍ଭୀର ରହିଥିବାରୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଏଭଳି ସ୍ପର୍ଶକାତର ଘଟଣା ପଛରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏବଂ ସହକାରୀ ଶିକ୍ଷକଙ୍କ ସମ୍ପୃକ୍ତି ଥିବା ନେଇ ଅଭିଯୋଗ ହୋଇଛି । ଅଭିଯୁକ୍ତ ୨ ଶିକ୍ଷକଙ୍କୁ ଅଟକ ରଖି ଅଧିକ ତଦନ୍ତ କରାଯାଉଛି । ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ସଂଗଠନ ପକ୍ଷରୁ ଏହି ଘଟଣାକୁ ନିନ୍ଦା କରାଯିବା ସହ ଅପରାଧୀକୁ ଫାଶୀ ଦଣ୍ଡରେ ଦଣ୍ଡିତ କରାଯିବାକୁ ଦାବି ହୋଇଛି ।

ରାଇଘର ବ୍ଲକ କୁନ୍ଦେଇ ଥାନା ଅଞ୍ଚଳର ଏହି ଘଟଣା ଗୁରୁ-ଶିଷ୍ୟ କଳଙ୍କିତ କରିଛି। ପୀଡ଼ିତାଙ୍କ ବାପା ଗୁରୁବାର ଦିନ ଏତଲା ଦେଇଥିବାବେଳେ କୁନ୍ଦେଇ ଥାନା ପୋଲିସ ତଦନ୍ତ ଜାରି ରଖିଛି । ପ୍ରାଥମିକ ସୂଚନା ଅନୁସାରେ, ଦୁଇ ଦିନ ତଳେ (୭ତାରିଖ) ପୀଡ଼ିତାଙ୍କ ସହ ୨ ଜଣ ଶିକ୍ଷକ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା । ଲୋକଲଜ୍ଜା ସହ ମାନସିକ ଆଘାତ ଯୋଗୁଁ ପୀଡ଼ିତା ସ୍କୁଲରେ ହୋଇଥିବା ଅତ୍ୟାଚାର ସମ୍ପର୍କରେ ଘରେ କାହାକୁ କିଛି କହିନଥିଲେ । ତେବେ ୮ ତାରିଖ ସକାଳେ ପ୍ରବଳ ଯନ୍ତ୍ରଣା ହେବାରୁ ପୀଡିତା ଜଣକ ପରିବାର ଲୋକଙ୍କୁ ଜଣାଇଥିଲେ । ହେଲେ ଦୁଷ୍କର୍ମ ସମ୍ପର୍କରେ ସେ ଆଦୌ ମୁହଁ ଖୋଲି ନଥିଲେ । ତେଣୁ ପରିବାର ଲୋକ ଡାକ୍ତରଖାନାକୁ ନେଇ କିଛି ବ୍ୟଥା ଔଷଧ ଆଣି ଖାଇବାକୁ ଦେଇଥିଲେ ।

ତେବେ 8 ତାରିଖ ସକାଳେ ପୁଣି ଯନ୍ତ୍ରଣା ହେବାରୁ ଡାକ୍ତରଖାନା ନିଆଯାଇଥିଲା । ବ୍ୟଥା ଔଷଧ ଖାଇବା ସତ୍ତ୍ବେ ଯନ୍ତ୍ରଣା କମିନଥିବାରୁ କାର୍ଯ୍ୟରତ ନର୍ସଙ୍କ ସନ୍ଦେହ ହୋଇଥିଲା । ଏକୁଟିଆ ପୀଡ଼ିତାଙ୍କ ସହ କଥାବାର୍ତ୍ତା କରିବାରୁ ବହୁ କଷ୍ଟରେ ତାଙ୍କୁ ଶାରୀରିକ ନିର୍ଯାତନା ଦିଆଯାଇଥିବା କଥା ପ୍ରକାଶ କରିଥିଲେ ପୀଡିତା । ଏହାପରେ ତୁରନ୍ତ ଏହି ବିଷୟରେ ଡାକ୍ତରଙ୍କୁ ଅବଗତ କରାଯିବା ସହ କୁନ୍ଦେଇ ପୋଲିସକୁ ଘଟଣା ସମ୍ପର୍କରେ ସୂଚନା ଦିଆଯାଇଥିଲା ।

ଏହା ବି ପଢନ୍ତୁ...ରାଜଧାନୀରେ ମହିଳାଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ, ୨ ସିକ୍ୟୁରିଟି ଗାର୍ଡ ଗିରଫ

ଅପରାହ୍ନରେ ପୀଡ଼ିତାଙ୍କୁ ନେଇ ପରିବାର ଲୋକେ କୁନ୍ଦେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ପକ୍ସୋ ଆଇନରେ ଦୁଷ୍କର୍ମ ମାମଲା ରୁଜ୍ଜୁ ସହ ଅଭିଯୁକ୍ତ ଶିକ୍ଷକଙ୍କୁ ଥାନାରେ ଅଟକ ରଖାଯାଇଛି । ତଦନ୍ତରୁ ଠୋସ୍ ପ୍ରମାଣ ମିଳିଲେ ପ୍ରଧାନ ଶିକ୍ଷକ ଶୁଚେନ୍ଦ୍ର ବିଶ୍ୱାସ ଓ ସହକାରୀ ଶିକ୍ଷକ କେଶବ ମାଝୀଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି । ଘଟଣାକୁ ନେଇ ବିଭିନ୍ନ ମହଲରେ ଉଦବେଗ ପ୍ରକାଶ ପାଇଛି। "ଏହା ଏକ ଅତି ସମ୍ବେଦନଶୀଳ ଘଟଣା ହୋଇଥିବାରୁ ଅପରାଧୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉ" ବୋଲି ଦାବି କରିଛନ୍ତି ସମାଜସେବୀ ।

ଇଟିଭି ଭାରତ, ନବରଙ୍ଗପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.