ନୟାଗଡ଼: ନୟାଗଡ଼ ଜିଲ୍ଲାରେ କୋରୋନା ସ୍ଥିତି ଜଟିଳ ହେବାକୁ ବସିଛି । ଆଜି ଜିଲ୍ଲାରୁ 187 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ 1213 ସକ୍ରିୟ ମାମଲା ରହିଥିବା ଜଣାପଡିଛି । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ।
ତେବେ କୋରୋନା ସଂକ୍ରମଣ ବୃଦ୍ଧି ପାଇବା ସତ୍ତ୍ବେ ଜିଲ୍ଲାରେ କୌଣସି ସଚେତନତା ଏବଂ କଟକଣା ଦିଗରେ ଜିଲ୍ଲା ପ୍ରଶାସନ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ଗ୍ରହଣ କରାଯାଉନଥିବା ଅଭିଯୋଗ ହୋଇଛି ।
ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ