ETV Bharat / state

ବାତ୍ୟା ଅସାନୀ: ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ

ନୟାଗଡରେ ବାତ୍ୟା ପ୍ରସ୍ତୁତି ସମୀକ୍ଷା କଲେ ଜିଲ୍ଲାପାଳ ଡ. ପୋମା ଟୁଡୁ । ଅଧିକ ପଢନ୍ତୁ

ବାତ୍ୟା ଅସାନି ନେଇ ନୟାଗଡରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ

author img

By

Published : May 11, 2022, 10:31 PM IST

ନୟାଗଡ଼: ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସୃଜନ ସଭାଗୃହରେ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଉଚ୍ଚଶିକ୍ଷା ବିଭାଗ ମୁଖ୍ୟ ଅତିଥି ଭାବେ, ବିଧାୟକ ରଣପୁର ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ ।

ଅନ୍ୟ ଅତିଥିଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅଲେଖ ଚନ୍ଦ୍ର ପହି, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ମକରନ୍ଦ ବେଉରା, ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ସତ୍ୟନାରାୟଣ ପଣ୍ଡା, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଦିଲିପ କୁମାର ଜେନା ମଞ୍ଚାସୀନ ଥିଲେ । ଜିଲ୍ଲାପାଳ ଡା. ଟୁଡ଼ୁ ଆଗାମୀ ବର୍ଷାଋତୁରେ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ଏଜେଣ୍ଡା ଅନୁଯାୟୀ ଆଲୋଚନା କରିବା ପାଇଁ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଡିଓମାନେ ବ୍ଲକସ୍ତରରେ ନିର୍ବାଚିତ ଜନ ପ୍ରତିନିଧି, ସମସ୍ତ ବିଭାଗୀୟ ଅଧିକାରୀ, ଲାଇନ ବିଭାଗର ଅଧିକାରୀ ଏବଂ ସେ ଅଞ୍ଚଳର ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନମାନଙ୍କୁ ନେଇ ବନ୍ୟା ଓ ବାତ୍ୟାର ମୁକାବିଲା ପାଇଁ କମିଟି କରିବା ପାଇଁ ନିଷ୍ପତି ଗ୍ରହଣ ହୋଇଥିଲା ।

ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟକୁ ମୁକାବିଲା କରିବା ନିମନ୍ତେ କଂଟ୍ରୋଲ ରୁମ ସହ ମୋବାଇଲ ସେବାକୁ ସର୍ବଦା ସକ୍ରିୟ ରଖିବା ପାଇଁ ସଂପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଗଣିଆ, ଛାମୁଣ୍ଡିଆ, ଭାପୁର ଆଦି ଅଞ୍ଚଳରେ ପାୱାର ବୋଟ୍ ଏବଂ ଦେଶୀ ଡଙ୍ଗାଗୁଡ଼ିକୁ ସକ୍ରିୟ ରଖିବା ପାଇଁ ସଂପୃକ୍ତ ବିଡିଓମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ସିଡିଏମଓ, ସିଡିଭିଓ ଏବଂ ସିଏସଓ ନିଜ ନିଜ କାର୍ଯ୍ୟକୁ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

ଆବଶ୍ୟକ ସ୍ଥାନରେ ଚୁଡ଼ା, ଗୁଡ଼, ମହମବତୀ, ଦିଆସିଲ, କିରୋସିନ ଆଦି ଆବଶ୍ୟକ ସାମଗ୍ରୀ ମହଜୁଦ ରଖିବା ପାଇଁ ପରାମର୍ଶ ଦେଇଥିଲେ । ସେହିଭଳି ସିଡିଏମଓ ଆବଶ୍ୟକୀୟ ଔଷଧପତ୍ର, ଓଆରଏସ ପାଉଡର, ସାପ କାମୁଡ଼ା ଔଷଧ ଆଦି ମହଜୁଦ ରଖିବା ପାଇଁ କହିଥିଲେ । ସିଡିଭିଓ ପ୍ରାଣୀମାନଙ୍କ ପାଇଁ ଖାଦ୍ୟ ମହଜୁଦ ରଖିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ବନ୍ୟା ସମୟରେ ନଦୀବନ୍ଧ ଯେପରି ଭାଙ୍ଗି ନ ଯିବ, ମହାନଦୀ କୂଳରେ ଥିବା ଦୁର୍ବଳ ସ୍ଥାନମାନଙ୍କର ସୁବ୍ୟବସ୍ଥା କରିବା ପାଇଁ ସଂପୃକ୍ତ ନିର୍ବାହୀ ଯନ୍ତ୍ରୀମାନଙ୍କୁ ମାନ୍ୟବର ମନ୍ତ୍ରୀ ଡ. ସାହୁ ପରାମର୍ଶ ଦେଇଥିଲେ ।

ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.