ETV Bharat / state

ରାଜ୍ୟରେ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ - ରାଜ୍ୟରେ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ

ଜୀବନ ନେଲା ଡହଡହ ଖରା । ରାଜ୍ୟରେ ପ୍ରଥମ ଅଂଶୁଘାତରେ ଜଣେ ବୃଦ୍ଧଙ୍କ ମୃତ୍ୟୁ । ଅଧିକ ପଢ଼ନ୍ତୁ

man dies of sunstroke at ranpur in nayagarh
ରାଜ୍ୟରେ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ
author img

By

Published : Apr 30, 2022, 1:56 PM IST

Updated : Apr 30, 2022, 2:10 PM IST

ନୟାଗଡ଼: ଜୀବନ ନେଲା ଡହଡହ ଖରା। ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅଂଶୁଘାତ ପ୍ରତି ସତର୍କ କରାଯାଇଛି । ଏହାରି ଭିତରେ ଅଂଶୁଘାତରେ ରାଜ୍ୟରେ ଜଣଙ୍କ ମୃତ୍ୟୁ ଘଟିଛି ।

ରାଜ୍ୟରେ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ

ମୃତକ ଜଣକ ହେଲେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ବଳଭଦ୍ରପୁର ପଞ୍ଚାୟତ ଲାଖପଡା ଗାଁର 64 ବର୍ଷୀୟ ଗୋବିନ୍ଦ ଜେନା l ଗତ 25 ତାରିଖରେ ଲେଖପଡା ବାଇଢଙ୍କ ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିବା ବେଳେ ହଠାତ ଅସୁସ୍ଥ ହୋଇ ପଡ଼ିଥିଲେ l ତାଙ୍କୁ ଚିକିତ୍ସା ପାଇଁ ରଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l ଅଂଶୁଘାତରେ ଗୋବିନ୍ଦଙ୍କ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି।

ଅପରପକ୍ଷରେ ମୃତ ବ୍ୟକ୍ତିଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ପାଇଁ ଦାବି ହୋଇଛି l ଖରାର ପ୍ରକୋପ ବଢୁଥିବାରୁ ଅଂଶୁଘାତ ପ୍ରତି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଇଛି। ତେବେ ଏହି ଘଟଣା ରାଜ୍ୟରେ ପ୍ରଥମ ବୋଲି କୁହାଯାଉଛି l

ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ

Last Updated : Apr 30, 2022, 2:10 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.