ETV Bharat / state

ନୀଳମାଧବ ପୀଠର ହେବ ନବକଳେବର, ଜିଲ୍ଲାରେ ଖୁସିର ଲହରୀ - କଣ୍ଟିଲୋ ନୀଳମାଧବ ପୀଠର ହେବ ନବକଳେବର

କଣ୍ଟିଲୋ ନୀଳମାଧବ ପୀଠର ହେବ ନବକଳେବର । ଏଥି ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଏଥିପାଇଁ ୧୮ ମାସ ମଧ୍ୟରେ କାମ ଶେଷ ହେବା ସହ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ l ଅଧିକ ପଢନ୍ତୁ

କଣ୍ଟିଲୋ ନୀଳମାଧବ ପୀଠର ହେବ ନବକଳେବର;୧୦୦ କୋଟି ଟଙ୍କା ମଞ୍ଜୁର,୧୮ ମାସରେ କାମ ସରିବ

author img

By

Published : Apr 28, 2022, 1:31 PM IST

ନୟାଗଡ : କଣ୍ଟିଲୋ ନୀଳମାଧବ ପୀଠର ହେବ ନବକଳେବର । ଏଥି ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଦେଇଛନ୍ତି ।

କଣ୍ଟିଲୋ ନୀଳମାଧବ ପୀଠର ହେବ ନବକଳେବର;୧୦୦ କୋଟି ଟଙ୍କା ମଞ୍ଜୁର,୧୮ ମାସରେ କାମ ସରିବ

ଏଥିପାଇଁ ୧୮ ମାସ ମଧ୍ୟରେ କାମ ଶେଷ ହେବା ସହ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ l ସମନ୍ବିତ୍ବ ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନାରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ l ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି l ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।

ଜଗନ୍ନାଥ ସଂସ୍କୃତି ସହ ନୀଳମାଧବ ପୀଠର ନିବିଡ ସମ୍ପର୍କ ରହିଛି । ବିଶ୍ବାସ କରାଯାଏ ଯେ ନୀଳମାଧବ ପୀଠ ବ୍ରହ୍ମାଦ୍ରୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ବାବସୁଙ୍କ ଦ୍ବାରା ପୂଜା ପାଉଥିଲେ । ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି । ବ୍ରହ୍ମାଦ୍ରୀ ପର୍ବତର ଉତ୍ତର ଦିଗରେ ମହାନଦୀର ଭୀମକାନ୍ତ ରୂପ ଅତ୍ୟନ୍ତ ରମଣୀୟ । ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଏହି ସ୍ଥାନ ଅନ୍ୟତମ ପ୍ରମୁଖ ଆକର୍ଷଣ।

ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ବାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ । 5T ସଚିବ ଭିକେ ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସମ୍ପର୍କରେ ସେବାୟତ , ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ମାଷ୍ଟର ପ୍ଲାନରେ ମୁଖ୍ୟତଃ ମନ୍ଦିର ପୁନରୁଦ୍ଧାର,ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପରିକ୍ରମା ପଥ, ଚନ୍ଦନ ପୁଷ୍କରିଣୀର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ସହିତ ଚତୁପାର୍ଶ୍ବ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ, ଉଦ୍ୟାନ,ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀପାର୍ଶ୍ବର ସୌନ୍ଦର୍ଯ୍ୟକରଣ ଆଦି ବିଷୟରେ ଗୁରୁତ୍ବ ଦିଆଯାଇଛି ।

ମନ୍ଦିରକୁ ଯାଇଥିବା ତିଖା ପାହାଚ ଶ୍ରେଣୀର ପୁନରୁଦ୍ଧାର କରାଯାଇ ଭକ୍ତ ମାନେ ଯେପରି ସୁବିଧାରେ ଯାଇ ପାରିବେ । ତଦନୁଯାୟୀ ବିକାଶ କରାଯିବା l ଏହା ସହିତ ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଚାରି ଦ୍ବାରର ଉନ୍ନତୀକରଣ କରାଯିବ । ବୟସ୍କ ଓ ଭିନ୍ନକ୍ଷମମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ । ସେଥିପାଇଁ ପଶ୍ଚିମ ଦ୍ବାରରେ ଲିଫ୍ଟ ଓ ସ୍କାଏ ବ୍ରିଜ (lift and skybridge)ର ବିକାଶ କରାଯିବ। ମନ୍ଦିର ପରିସର ଓ ଆଖପାଖ ଅଞ୍ଚଳରେ ଲାଇଟ ଲଗାଯିବା ସହ ପଥର ବିଛାଯିବା । ଏହା ସହିତ ମନ୍ଦିର ଓ ଠାକୁରଙ୍କ ବଗିଚାର ବିକାଶ କରାଯିବ।

ଏହାସହିତ ରାସବିହାରୀ ମଣ୍ଡପ, ରଘୁନାଥ ମଠ ଓ ବାଟମଙ୍ଗଳା ମନ୍ଦିରର ମଧ୍ୟ ବିକାଶ କରାଯିବ । ଯାତ୍ରୀ ମାନଙ୍କ ଜିନିଷପତ୍ର ରଖିବା ନିମନ୍ତେ ବ୍ୟବସ୍ଥା (Cloak Room) ଏବଂ ପଦପ୍ରକ୍ଷାଳନ ବ୍ୟବସ୍ଥାର ମଧ୍ୟ ନିର୍ମାଣ କରାଯିବ l ମନ୍ଦିରକୁ ପ୍ରବେଶ ପାଇଁ ପୂର୍ବ ଓ ପଶ୍ଚିମ ପାର୍ଶ୍ବ ସଡକର ପ୍ରଶସ୍ତିକରଣ କରାଯିବ। ପୂର୍ବ ପାର୍ଶ୍ବ ସଡକକୁ ୯ ମିଟର ଓ ପଶ୍ଚିମ ପାର୍ଶ୍ବ ସଡକକୁ ୧୨ ମିଟର ପ୍ରଶସ୍ତ କରାଯିବ। ମହାନଦୀର କୁଳକ୍ଷୟରୁ ମନ୍ଦିରକୁ ସୁରକ୍ଷା ଯୋଗାଇବା ପାଇଁ 400 ମିଟର ପ୍ରୋଟେକ୍ଟିଭ ଓ୍ବାଲ ନିର୍ମାଣ କରାଯିବ l

ଏହି ପ୍ରକଳ୍ପ ପାଇଁ ସମୁଦାୟ ଦୁଇ ଏକର ଜମି ଆବଶ୍ୟକ ପଡିବ। ଏଥିନିମନ୍ତେ ଜିଲ୍ଲା ପ୍ରଶାସନ ପୁନର୍ବାସ ଓ ଥଇଥାନ ନୀତି ଅନୁଯାୟୀ ଜମି ଅଧିଗ୍ରହଣ କରିବେ l ପୂର୍ତ୍ତ ବିଭାଗ ଜରିଆରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ l ମହାନଦୀ କୁଳକ୍ଷୟ ରୋକିବା ପାଇଁ ପ୍ରୋଟେକ୍ଟିଭ ଓ୍ବାଲ ଜଳସମ୍ପଦ ବିଭାଗ ନିର୍ମାଣ କରିଵ l ଏହି ସବୁ କାର୍ଯ୍ୟ ପରେ କଣ୍ଟିଲୋ ନୀଳମାଧଵ ପୀଠର ବ୍ୟାପକ ଉନ୍ନତି ହେଵ l ପୁରୀ ପରେ ଏହାର ଗୁରୁତ୍ବ ବୃଦ୍ଧି ପାଇବ ନିଶ୍ଚୟ l ରାଜ୍ୟ ତଥା ଦେଶ ବାହାରୁ ପର୍ଯ୍ୟଟକଙ୍କର ଏକ ମନ ପସନ୍ଦର ପୀଠ ଭାବେ ଏହା ପରିଚିତ ଲାଭ କରିବ l

ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.