ETV Bharat / state

ପ୍ରଧାନଶିକ୍ଷକଙ୍କ ବଦଳି ପ୍ରତିବାଦ: 57 ନମ୍ବର ଜାତୀୟ ରାଜପଥ ଅବରୋଧ କଲେ ଛାତ୍ରଛାତ୍ରୀ

author img

By

Published : Jan 6, 2022, 10:26 PM IST

ନୟାଗଡରେ ପ୍ରଧାନଶିକ୍ଷକଙ୍କ ବଦଳି ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ପ୍ରତିବାଦ । 57 ନମ୍ବର ଜାତୀୟ ରାଜପଥ ଅବରୋଧ କଲେ ଛାତ୍ରଛାତ୍ରୀ l ଅଧିକ ପଢନ୍ତୁ

ପ୍ରଧାନଶିକ୍ଷକଙ୍କ ବଦଳି ପ୍ରତିବାଦ : 57 ନମ୍ବର ଜାତୀୟ ରାଜପଥ ଅବରୋଧ କଲେ ଛାତ୍ରଛାତ୍ରୀ

ନୟାଗଡ : ବିଦ୍ୟାଳୟରେ ପ୍ରଧାନ ଶିକ୍ଷକଙ୍କ ବଦଳି ପ୍ରତିବାଦରେ 57 ନମ୍ବର ଜାତୀୟ ରାଜପଥ ଅବରୋଧ କଲେ ଛାତ୍ରଛାତ୍ରୀ l ନୟାଗଡ ଜିଲ୍ଲା ଶିମିଳିସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର 5 ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କ ମଧ୍ୟରୁ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ଘଡେ଼ଇଙ୍କର ଅନ୍ୟତ୍ର ବଦଳି ହୋଇଯାଇଛି । ଏନେଇ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକଙ୍କୁ ପୁନଃ ଅବସ୍ଥାପିତ କରିବା ପାଇଁ ବାରମ୍ବାର ଦାବି ହୋଇ ଆସୁଥିଲା ।

ମାତ୍ର ଏ ଦିଗରେ ବାରମ୍ବାର ପ୍ରତିଶ୍ରୁତି ଦେଇ ବିଭାଗୀୟ ଅଧିକାରୀ ପ୍ରତିଶ୍ରୁତି ରକ୍ଷା ନ କରିବାରୁ ଗୁରୁବାର ବିଦ୍ୟାଳୟ ସମ୍ମୁଖରେ ଶତାଧିକ ଛାତ୍ରଛାତ୍ରୀ ଓ ଅଭିଭାବକ ଧାରଣା ଦେଇଥିଲେ । ଯାହା ଫଳରେ 57ନମ୍ବର ଜାତୀୟ ରାଜପଥରେ ଶହ ଶହ ଗାଡ଼ି ଅଟକି ରହିଛି l ତେବେ ଘଟଣାସ୍ଥଳରେ ବିଭାଗୀୟ ଅଧିକାରୀ ଓ ସଦର ଥାନା ପୋଲିସ ପହଞ୍ଚି ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ବୁଝାସୁଝା ଚଳାଇଛି ।

ନୟାଗଡରୁ ଜୟେନ୍ଦ୍ର ବେହେରା , ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.