ETV Bharat / state

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗରେ ରାସ୍ତାରୋକ

author img

By

Published : Feb 1, 2022, 7:45 PM IST

Updated : Feb 1, 2022, 8:04 PM IST

ଭଦ୍ରକ ଜିଲ୍ଲା ବ୍ରହ୍ମପୁର ପଞ୍ଚାୟତ ଇଚ୍ଛାପୁରର ଏକ ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ କରି ରାସ୍ତା ଅବରୋଧ କଲେ ଗ୍ରାମବାସୀ । ଅଧିକ ପଢନ୍ତୁ

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗରେ ରାସ୍ତାରୋକ
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗରେ ରାସ୍ତାରୋକ

ଭଦ୍ରକ: ବ୍ରହ୍ମପୁର ପଞ୍ଚାୟତ ଇଚ୍ଛାପୁର ନିକଟ ଏକ ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର । କେହି ଦୁର୍ବୃତ୍ତ ହତ୍ୟାକରି ପୋଖରୀରରେ ଫିଙ୍ଗି ଦେଇଥିବା ଅଭିଯୋଗ କରି ସ୍ଥାନୀୟ ଗ୍ରାମବାସୀଙ୍କ ରାସ୍ତାରୋକ । ଗ୍ରାମବାସୀ ରାସ୍ତାରେ ମୃତଦେହ ରଖି ବିକ୍ଷୋଭ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି ।

ଫଳରେ ଭଦ୍ରକ-ଚାନ୍ଦବାଲି ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ଖବର ପାଇ ସାବରଙ୍ଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା । ତେବେ ମୃତକ ଜଣକ ଭଦ୍ରକ ପଞ୍ଚାୟତର ସୁବାଶିଷ ଗିରି ବୋଲି ଜଣାପଡିଛି । ସ୍ଥାନୀୟ ଲୋକେ ଏହା ହତ୍ୟାକାଣ୍ଡ ବୋଲି ଅଭିଯୋଗ କରି ଥିବାବେଳେ ତଦନ୍ତ ଆରମ୍ଭ କରିଛି ପୋଲିସ ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

Last Updated : Feb 1, 2022, 8:04 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.