ନୂଆପଡ଼ା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି (ସୋମବାର) କଳାହାଣ୍ଡି ଗସ୍ତ କରି ଦିବା 11 ଘଣ୍ଟା ସମୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଏପଟେ ଭର୍ଚ୍ଚୁଆଲ ମାଧ୍ୟମରେ ନୂଆପଡା ଜିଲ୍ଲାର ନୂଆପଡା, ଖଡ଼ିଆଳ, ବୋଡେନ, କୋମନା, ସିନାପାଲି ଆଦି ହିତାଧିକାରୀମାନଙ୍କୁ ମଧ୍ୟ ସ୍ମାଟ କାର୍ଡ ବଣ୍ଟନ କରିବେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ।
ଏନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଜଙ୍ଗଲ ପରିବେଶ ମନ୍ତ୍ରୀ ବିକ୍ରମ ଆରୁଖ, ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ପ୍ରମୁଖ ନୂଆପଡା ଜିଲ୍ଲାର ବିଭିନ୍ନ ସ୍ଥାନରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ନୂଆପଡ଼ାରୁ ମୋତିଲାଲ ବାଗ, ଇଟିଭି ଭାରତ