ETV Bharat / state

5T ସଚିବଙ୍କ ସୁଆଣ୍ଡ ପରିଦର୍ଶନ, ଗୋପବନ୍ଧୁଙ୍କ ଜନ୍ମପୀଠ ପୁନଃବିକାଶ କାର୍ଯ୍ୟ ତଦାରଖ - ୫ଟି ସଚିବଙ୍କ ସୁଆଣ୍ଡୋ ଗ୍ରାମ ପରିଦର୍ଶନ

ସୁଆଣ୍ଡୋ ଗ୍ରାମ ପରିଦର୍ଶନ କରିଛନ୍ତି ୫ଟି ସଚିବ । ଏହା ସହିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଗାଁ ଶିବ ମନ୍ଦିରର ପୁନରୁଦ୍ଧାର ଓ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଥିଲେ । ଅଧିକ ପଢନ୍ତୁ

5t ସଚିବଙ୍କ ସୁଆଣ୍ଡ ପରିଦର୍ଶନ
5t ସଚିବଙ୍କ ସୁଆଣ୍ଡ ପରିଦର୍ଶନ
author img

By

Published : Feb 10, 2023, 8:43 PM IST

ଭୁବନେଶ୍ବର : ପୁରୀ ସୁଆଣ୍ଡୋ ଗ୍ରାମ ପରିଦର୍ଶନ କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଏହା ସହିତ ଉତ୍କଳମଣିଙ୍କ ଗାଁ ଶିବ ମନ୍ଦିରର ପୁନରୁଦ୍ଧାର ଓ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଗାମୀ ୨୩ ତାରିଖରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋର ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ କରିବେ । ଏହା ପୂର୍ବରୁ 5T ସଚିବ ଭି.କେ. ପାଣ୍ଡିଆନ ସୁଆଣ୍ଡୋ ପରିଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପାଣ୍ଡିଆନ ଶୁକ୍ରବାର, ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣିଙ୍କ ଗାଁର ଲୋକେଶ୍ବର ଶିବ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାରେ ଥିଲା । ସୁଆଣ୍ଡୋବାସୀଙ୍କ ଅନୁରୋଧ କ୍ରମେ ଲୋକେଶ୍ବର ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପନ୍ନ କରାଯାଇଛି । ଏହାର ପ୍ରତିଷ୍ଠା ଉତ୍ସବ ଆଜି ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ 5T ସଚିବ ଭିକେ ପାଣ୍ଡିଆନ ଯୋଗ ଦେଇଥିଲେ ।

ପରେ ପାଣ୍ଡିଆନ ଉତ୍କଳମଣିଙ୍କ ଷଠୀଘର, ଢିଙ୍କିଶାଳ ଆଦିର ସଂରକ୍ଷଣ କାର୍ଯ୍ୟ ପରିଦର୍ଶନ କରିଥିଲେ । ଏହା ସହିତ ଗାଁ ପୋଖରୀର ପୁର୍ନରୁଦ୍ଧାର କାର୍ଯ୍ୟ ତଥା ସଂଗ୍ରହାଳୟ କାର୍ଯ୍ୟ ବୁଲି ଦେଖିଥିଲେ । ସେବା ଓ ସଂଗ୍ରାମର ପ୍ରତୀକ ଉତ୍କଳମଣି ଓଡ଼ିଆ ଜନମାନସର ଅଦ୍ବିତୀୟ ନେତା । ଦେଶ ପାଇଁ, ଜାତି ପାଇଁ ତାଙ୍କର ତ୍ୟାଗ ଆଜି ତାଙ୍କୁ ଅମର କରି ରଖିଛି । ଏବେ ଗୋପବନ୍ଧୁଙ୍କ ଜନ୍ମସ୍ଥାନ ଏବଂ ସୁଆଣ୍ଡୋର ବିକାଶ କାର୍ଯ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଇଛି ।

ଇଟିିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.