ETV Bharat / state

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ 5T ସଚିବ

author img

By

Published : May 24, 2023, 9:00 AM IST

ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ 5t ସଚିବ । ମହାପ୍ରଭୁଙ୍କ ଦର୍ଶନ ସହ ଶ୍ରୀମନ୍ଦିର ପୂର୍ବ ଓ ଉତ୍ତର ଦିଗରେ ଚାଲିଥିବା ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ଅଧିକ ପଢନ୍ତୁ

5Tsecretary visit puri
5Tsecretary visit puri
5Tsecretary visit puri

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ଅନୁଧ୍ୟାନ କରିଛନ୍ତି 5T ସଚିବ । ସେ ପ୍ରଥମେ ଶ୍ରୀମନ୍ଦିର ପୂର୍ବ ଓ ଉତ୍ତର ଦିଗରେ ଚାଲିଥିବା ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ । ଏହା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଥିଲେ । ସେହିପରି 5T ସଚିବ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଓ ଏହାର ନିକଟରେ ଚାଲିଥିବା ପ୍ରକଳ୍ପ କାର୍ଯ୍ୟର ମଧ୍ୟ ଅନୁଧ୍ୟାନ କରିଥିଲେ । ତେବେ ଆସନ୍ତା ୪ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ସହ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଖେଇ ଆସୁଥିବାରୁ ନିର୍ମାଣ କାର୍ଯ୍ୟ କିଭଳି ଶୀଘ୍ର ଶେଷ ହେବ ସେନେଇ ଟାଟା ଓ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଏଥିସହ ନିର୍ମାଣ ସରିଥିବା କାର୍ଯ୍ୟ ଓ ଚାଲୁ ରହିଥିବା କାର୍ଯ୍ୟ ସମ୍ପର୍କରେ 5T ସଚିବଙ୍କୁ ଅଧିକାରୀ ମାନେ ଅବଗତ କରାଇଥିଲେ ।

ତେବେ ସ୍ନାନ ପୂର୍ଣ୍ଣିମା ପୂର୍ବରୁ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପର ବାହାର ପଟ ରାସ୍ତା ଶେଷ ହେବ । ଫଳରେ ସ୍ଥାନୀୟ ବାସିନ୍ଦା ଏବଂ ଭକ୍ତ ଯାତାୟତକୁ ନେଇ ଉପକୃତ ହୋଇପାରିବେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ହେବା ପରେ ଏହାର କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି । ପ୍ରଥମ ପର୍ଯ୍ୟାୟରେ ଉତ୍ତର ପାର୍ଶ୍ଵ ମଠ ସମ୍ମୁଖରେ କ୍ଲକ ରୁମ୍ ନିର୍ମାଣ ହେବ । ଏହି କ୍ଲକ ରୁମରେ ଶ୍ରୀମନ୍ଦିର ଦର୍ଶନରେ ଆସୁଥିବା ଭକ୍ତମାନେ ନିଜର ଜିନିଷ ପତ୍ର ସୁରକ୍ଷିତ ଭାବେ ରଖିପାରିବେ । ପରେ ପଶ୍ଚିମ ଦ୍ଵାର ଓ ଦକ୍ଷିଣ ଦ୍ଵାରରେ ମଧ୍ୟ ଆଉ ଦୁଇଟି କ୍ଲକ ରୁମ୍ ନିର୍ମାଣ ହେବ । ଏହି ପ୍ରକଳ୍ପରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷା କରିଡର ସହ ସବୁଜ ବଳୟ ସୃଷ୍ଟି ଏବଂ ସୌନ୍ଦର୍ଯ୍ୟକରଣ କରାଯିବ । ସେହିପରି ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଭକ୍ତଙ୍କ ପରିକ୍ରମା ନିମନ୍ତେ ଅନ୍ତଃ ଓ ବାହ୍ୟ ପ୍ରଦକ୍ଷିଣ ପଥ ରହିବ।

ଚତୁଃପାର୍ଶ୍ୱରେ ଥିବା ମଠ ଏବଂ ମନ୍ଦିର ଗୁଡ଼ିକର ପୁନଃବିକାଶ କରାଯିବ । ରଥଯାତ୍ରା ଏବଂ ଅନ୍ୟ ଯାନିଯାତ୍ରା ସମୟରେ ବ୍ୟବହାର ପାଇଁ ସ୍ୱତନ୍ତ୍ର ପ୍ରଦକ୍ଷିଣ ପଥ ରହିବ । ଭକ୍ତଙ୍କ ସାମଗ୍ରୀ ରଖିବା ସକାଶେ ୫୦୦ ବର୍ଗମିଟର ପରିମିତ କ୍ଷେତ୍ରରେ ଗୃହ ନିର୍ମାଣ ସହ ଦକ୍ଷିଣ ଓ ପଶ୍ଚିମ ଦ୍ଵାରରେ କ୍ଷୁଦ୍ର ସାମଗ୍ରୀ ରଖିବା ଗୃହ ରହିବ । ଏଥିସହ ଭକ୍ତଙ୍କ ପାଇଁ ସମସ୍ତ ଦ୍ଵାରରେ ସୂଚନା ଓ ଦାନ କେନ୍ଦ୍ର ସହ ସେବାୟତ ତଥା ପୁରୁଷ ଏବଂ ମହିଳା ଭକ୍ତଙ୍କ ନିମନ୍ତେ ସ୍ଵତନ୍ତ୍ର ଶୌଚାଳୟର ବ୍ୟବସ୍ଥା, ତୀର୍ଥଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ଆରକ୍ଷୀ ସେବା କେନ୍ଦ୍ର, ପାନୀୟ ଜଳ, ପ୍ରାଥମିକ ଚିକିତ୍ସା କେନ୍ଦ୍ର ଏବଂ ଏ.ଟି.ଏମ୍ ଆଦିର ବ୍ୟବସ୍ଥା, ଶ୍ରୀମନ୍ଦିର ପ୍ରଶାସନ ମୁଖ୍ୟ କାର୍ଯ୍ୟାଳୟର ପୁନଃବିକାଶ, ଏକାସାଙ୍ଗରେ ୬୦୦୦ ଭକ୍ତଙ୍କ ସୁବିଧା ନିମନ୍ତେ ଅଭ୍ୟର୍ଥନା ପ୍ରକୋଷ୍ଠ, ପଶ୍ଚିମ ଓ ଦକ୍ଷିଣ ପାର୍ଶ୍ୱରେ ଭକ୍ତଙ୍କ ପାଇଁ ଆଶ୍ରୟ ସ୍ଥଳୀ ରହିବ । ଏହି ପ୍ରକଳ୍ପ ନିର୍ମାଣ ନିମନ୍ତେ ୩୩୧ କୋଟି ୨୮ ଲକ୍ଷ ଟଙ୍କାର ଟେଣ୍ଡର ହୋଇଛି । ଟାଟା ପ୍ରୋଜେକ୍ଟକୁ ଏହି ପ୍ରକଳ୍ପର ଟେଣ୍ଡର ଦିଆଯାଇଥିବା ବେଳେ ଖୁବଶୀଘ୍ର ଏହି ପରିକ୍ରମା ପ୍ରକଳ୍ପର କାର୍ଯ୍ୟ ଶେଷ ହେବ ଆଶା କରାଯାଉଛି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.