ETV Bharat / state

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, 4ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

author img

By ETV Bharat Odisha Team

Published : Oct 5, 2023, 10:21 AM IST

Updated : Oct 5, 2023, 2:07 PM IST

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ସନ୍ଧ୍ୟାରେ 4 ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଅଧିକ ପଢନ୍ତୁ

banakalagi niti of lord jagannath
banakalagi niti of lord jagannath

ପୁରୀ: ଆଜି ଆଶ୍ୱିନ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସର୍ବ ସାଧାରଣଦର୍ଶନ ବନ୍ଦ ରହିବ। ଅପରାହ୍ନ ୫ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ମଧ୍ୟ ପଢନ୍ତୁ-ପୁରୀରେ ହବିଷ୍ୟାଳି ଶିବିରରେ ରହି କାର୍ତ୍ତିକ ବ୍ରତ ପାଳନ, ଆଜିଠୁ ପଞ୍ଜୀକରଣ ଆରମ୍ଭ

ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର୍ ମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।

ଏହା ମଧ୍ୟ ପଢନ୍ତୁ-ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲା ଆଇନଜୀବୀ କମିଟି, ଚାରି ଦ୍ଵାର ଖୋଲା ନଗଲେ ଆନ୍ଦୋଳନ ଚେତାବନୀ

ଏହା ମଧ୍ୟ ପଢନ୍ତୁ-ଗଡୁଛି ସମୟ ସରୁନି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ

ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

ଇଟିଭି ଭାରତ, ପୁରୀ

Last Updated : Oct 5, 2023, 2:07 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.