ETV Bharat / state

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, 4 ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ - banakalagi niti of lord jagannath will celebrate tomorrow

ଆସନ୍ତାକାଲି(ବୁଧବାର) ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖସିଂହାର । ଏଥିପାଇଁ ବୁଧବାର ଅପରାହ୍ନ ୪ଟାରୁ ସଂନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଆପାତତଃ ବନ୍ଦ ରହିବ ସାଧାରଣ ଦର୍ଶନ ।

ମହାପ୍ରଭୁଙ୍କ ବନକଲାଗି ନୀତି
ମହାପ୍ରଭୁଙ୍କ ବନକଲାଗି ନୀତି
author img

By

Published : Feb 2, 2021, 4:34 PM IST

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି । ଆସନ୍ତାକାଲି(ବୁଧବାର) ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖସିଂହାର । ଏଥିପାଇଁ ବୁଧବାର ଅପରାହ୍ନ ୪ଟାରୁ ସଂନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଆପାତତଃ ବନ୍ଦ ରହିବ ସାଧାରଣ ଦର୍ଶନ ।

ବନକ ଲାଗି ନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ବାରା କରାଯାଇଥାଏ। ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ମୁଖସିଂହାର କରନ୍ତି ।

ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ଚାରି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ ।

ଏମାନଙ୍କ କାମ ହେଲା ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.