ETV Bharat / state

ଆଜି ହେବ ମହାପ୍ରଭୁଙ୍କ ବନକଲାଗି ନୀତି

author img

By

Published : Jul 28, 2021, 10:10 AM IST

ମହାପ୍ରଭୁଙ୍କ ବନକଲାଗି ନୀତି ଆଜି ଅପରାହ୍ନରେ ଅନୁଷ୍ଠିତ ହେବ । ବନକଲାଗି ନୀତି ପରେ ମହାସ୍ନାନ ନୀତି କରାଯିବ । ଅଧିକ ପଢନ୍ତୁ...

ଆଜି ହେବ ମହାପ୍ରଭୁଙ୍କ ବନକଲାଗି ନୀତି
ଆଜି ହେବ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆଜି ଅପରାହ୍ନରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ଏହି ସେବା ସମ୍ପାଦନ କରିବେ ।

ଦ୍ଵିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଅପରାହ୍ନରେ ଦତ୍ତମହାପାତ୍ର ସେବକ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ନୀତି ପରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୋଭା ବର୍ଦ୍ଧନ ହୋଇଥାଏ । ବନକଲାଗି ପାଇଁ ପାରମ୍ପରିକ ଦ୍ରବ୍ୟ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ ।

ବନକଲାଗି ନୀତି ପରେ ମହାସ୍ନାନ ନୀତି କରାଯିବ । ଏହି ସମୟରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ବନ୍ଦ ରହିଥାଏ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.