ETV Bharat / state

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ - ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ

ଶ୍ରୀମନ୍ଦିରରେ ବନକଲାଗି ନୀତି ପାଇଁ ଆଜି 4 ଘଣ୍ଟା ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଅଧିକ ପଢ଼ନ୍ତୁ

banakalagi rituals of lord jagannath at sri mandir
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
author img

By

Published : Nov 9, 2022, 10:56 AM IST

ପୁରୀ: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ ।‌ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।‌

ବନକ ଲାଗି ନୀତିରେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯାଇଥାଏ । ଦତ୍ତ ମହାପାତ୍ର ସେବକମାନେ ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ସ୍ବତନ୍ତ୍ର ନୀତି ଚାଲିବ । ତେଣୁ ଆଜି ଅପରାହ୍ନ ୫ ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।‌ ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.