ETV Bharat / state

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା 5ଟାରୁ ରାତି 9ଟା ଦର୍ଶନ ବନ୍ଦ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଏହି ସ୍ବତନ୍ତ୍ର ନୀତିକାନ୍ତି ନେଇ ସନ୍ଧ୍ୟାରୁ 4 ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅଧିକ ପଢନ୍ତୁ

author img

By ETV Bharat Odisha Team

Published : Nov 8, 2023, 11:35 AM IST

Banakalagi rituals of lord jagannath
ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ: ଆଜି କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥି । ଏହି ତିଥିରେ ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ । ଏହି ସ୍ବତନ୍ତ୍ର ନୀତି ପାଇଁ 4 ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା 5ଟାରୁ ରାତି 9ଟା ଯାଏ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଚନା ଦିଆଯାଇଛି ।

ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର ମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ 4ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକ ଲାଗି କୁହାଯାଏ । ଏହା ଶ୍ରୀଜିଉଙ୍କର ଏକ ସ୍ବତନ୍ତ୍ର ନୀତି ।

ଏହା ବି ପଢନ୍ତୁ...ମହାପ୍ରଭୁଙ୍କ ବନକଲାଗି ନୀତି, 4ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହଙ୍କୁ ଲଗାଇବା ଏମାନଙ୍କ କାମ । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.