ETV Bharat / state

ଆଜି ଶ୍ରୀଜିଉଙ୍କ ବନକାଲଗି ନୀତି, ସନ୍ଧ୍ୟା 5ଟାରୁ 4ଘଣ୍ଟା ଦର୍ଶନ ବନ୍ଦ

author img

By ETV Bharat Odisha Team

Published : Nov 29, 2023, 8:35 AM IST

ଆଜି ଶ୍ରୀଜିଉଙ୍କ ବନମକଲାଗି ନୀତି । ଏହା ଏକ ସତନ୍ତ୍ର ନୀତି ହୋଇଥିବାରୁ ସନ୍ଧ୍ୟା 5ଟାରୁ ରାତି 9ଟା ଯାଏଁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଅଧିକ ପଢ଼ନ୍ତୁ

Banakalagi rituals of lord jagannath
ଶ୍ରୀଜିଉଙ୍କ ବନକାଲଗି ନୀତି

ପୁରୀ: ଆଜି ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥି । ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ବତନ୍ତ୍ର ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଏହା ଏକ ସତନ୍ତ୍ର ନୀତି ହୋଇଥିବାରୁ ସନ୍ଧ୍ୟା 5ଟାରୁ ରାତି 9ଟା ଯାଏଁ 4ଘଣ୍ଟା ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗ ମଣ୍ଡପ ସରିବା ପରେ ଏହି ନୀତି ଆରମ୍ଭ ହେବ ।

ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫.୦୦ ଟା ରୁ ରାତ୍ର ୯.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ ।

ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ 4 ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। ।

ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢ଼ାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

ଏହା ବି ପଢନ୍ତୁ...ପଞ୍ଚୁକରେ ଶୃଙ୍ଖଳିତ ଦର୍ଶନ: ବ୍ୟବସ୍ଥାକୁ ପ୍ରଶଂସା କଲେ ପୋଲିସ ଡିଜି

ଏହା ବି ପଢନ୍ତୁ...ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର୍ ସ୍କାନିଂ ଆରମ୍ଭ: ମନ୍ଦିରରେ ଏଏସଆଇ ଟିମ୍

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.