ETV Bharat / state

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟାରୁ 4 ଘଣ୍ଟା ଦର୍ଶନ ବନ୍ଦ

author img

By

Published : Feb 8, 2023, 10:55 AM IST

ଫାଲଗୁନ-କୃଷ୍ଣ ତୃତୀୟା ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସନ୍ଧ୍ୟା 6ଟାରୁ ଦର୍ଶନ ବନ୍ଦ । ଅଧିକ ପଢନ୍ତୁ

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଫାଲଗୁନ-କୃଷ୍ଣ ତୃତୀୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ରୁ ରାତି ୧୦.୦୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ପରମ୍ପରା ଅନୁଯାୟୀ ମହାପ୍ରଭୁଙ୍କ ଏହି ବନକଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର୍ ମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ତିନି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ନୀତି ଚାଲୁଥିବା ସମୟରେ ଅର୍ଥାତ ପ୍ରାୟ ସନ୍ଧ୍ୟା 6ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

କବି ସାଲବେଗ ମହାପ୍ରଭୁଙ୍କ ଶ୍ରୀମୁଖ ଦେଖି ଲେଖିଛନ୍ତି ‘ଝଲମଲ ଦିଶୁଥାଇ ମୁକୁତାର ଝଟକ’ । କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ । ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହେଉଥିବାରୁ, ବିଧିମତେ ଥରେ ବନକଲାଗି ପାଇଁ ୭ହଜାରରୁ ଅଧିକ ଟଙ୍କା ଖର୍ଚ୍ଚ ହୁଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ ।

ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.