ETV Bharat / state

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା 6ରୁ ରାତି 10 ଦର୍ଶନ ବନ୍ଦ

author img

By

Published : Feb 22, 2023, 10:59 AM IST

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ସନ୍ଧ୍ୟା 6ରୁ ରାତି 10ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ । ଅଧିକ ପଢନ୍ତୁ

banaklagi ritual of lord jagannath
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଏହି ଗୁପ୍ତ ନୀତି ପାଇଁ ସନ୍ଧ୍ୟା 6ରୁ ରାତି 10ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ । ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବା କାରଣରୁ ଆଜି ସନ୍ଧ୍ୟା 6 ଟାରୁ ରାତି 10 ଟା ପର୍ଯ୍ୟନ୍ତ ପ୍ରାୟ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜଣାପଡିଛି । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ ।

ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ତିନି ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।

କବି ସାଲବେଗ ମହାପ୍ରଭୁଙ୍କ ଶ୍ରୀମୁଖ ଦେଖି ଲେଖିଛନ୍ତି ‘ଝଲମଲ ଦିଶୁଥାଇ ମୁକୁତାର ଝଟକ’ । କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ । ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ ।

ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତାର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

ଇଟିଭି ଭାରତ,ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.