ETV Bharat / state

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ଅପରାହ୍ନ 5ରୁ 4 ଘଣ୍ଟା ଦର୍ଶନ ବନ୍ଦ

author img

By

Published : Mar 22, 2023, 10:23 AM IST

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଏନେଇ ଅପରାହ୍ନ 5 ଟାରୁ ରାତି 9ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ । ଅଧିକ ପଢନ୍ତୁ

Banakalagi ritual of lord jagan
ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନିତୀ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର-ଶୁକ୍ଳ ପ୍ରତିପଦ ତିଥିରେ ବନକଲାଗି ନୀତି ନେଇ ଅପରାହ୍ନରୁ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ 5 ଟାରୁ ରାତି 9ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପରମ୍ପରା ଅନୁଯାୟୀ ଆଜି (ବୁଧବାର) ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯିବ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର୍ ମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ତିନି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ ।

ଏହା ବି ପଢନ୍ତୁ...World Water Day: ଜଳ ହିଁ ଜୀବନ, ବାଲୁକା ଚିତ୍ରକଳାରେ ଜଳ ସଂରକ୍ଷଣ ବାର୍ତ୍ତା

ଏମାନଙ୍କ କାମ ହେଲା ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତାର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

ଏହି ବକଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ । ନୀତି ସମ୍ପର୍ଣ୍ଣ ହେବା ପରେ ଦର୍ଶନ ସ୍ବାଭାବିକ ହେବ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ ।

ଇଟିଭି ଭାରତ,ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.