ETV Bharat / state

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ସନ୍ଧ୍ୟା 6ରୁ ରାତି 10 ଦର୍ଶନ ମନା

author img

By

Published : Apr 19, 2023, 11:53 AM IST

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଅଧିକ ପଢନ୍ତୁ

ଆଜି ମହାବାହୁଙ୍କ ବନକଲାଗି ନୀତି
ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ସ୍ବତନ୍ତ୍ର ନୀତି ବଢିଥାଏ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା 6ରୁ ରାତି 10ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଆଜି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ବନକଲାଗି ନୀତିରେ ପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ବୁଧବାର ଦିନ ମହାପ୍ରଭୁଙ୍କ ବନକଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ତିନି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।

ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖ ମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

ଏହା ବି ପଢନ୍ତୁ...ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ: ଚୂଡାନ୍ତ ହେଲା ଅକ୍ଷୟ ତୃତୀୟା ନୀତି ନିର୍ଘଣ୍ଟ

ଏହା ପୂର୍ବରୁ ଗତମାସ 22 ତାରିଖରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଥିଲା । ଅପରାହ୍ନ 5ଟାରୁ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ଥିଲା । ଚଳିତ ମାସ 17 ତାରିଖରେ ଶ୍ରୀଜିଉଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥିଲା । ସେ ନେଇ ସନ୍ଧ୍ୟା 6ରୁ 4 ଘଣ୍ଟା ଦର୍ଶନ ବନ୍ଦ ଥିଲା ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.