ETV Bharat / state

ଶ୍ରୀମନ୍ଦିରରେ ପଞ୍ଚୁକ ନୀତି, ବାଙ୍କଚୂଡ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ - ଜଗନ୍ନାଥଙ୍କ ବାଙ୍କଚୂଡ ବେଶ

ଆଜି ପବିତ୍ର ପଞ୍ଚୁକର ଦ୍ବିତୀୟ ଦିନ । ବାଙ୍କଚୂଡ଼ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ । ଅଧିକ ପଢନ୍ତୁ

Panchuka ritual in shreemandir
ଶ୍ରୀଜିଉ ବାଙ୍କଚୂଡ ବେଶ
author img

By ETV Bharat Odisha Team

Published : Nov 24, 2023, 8:05 AM IST

Updated : Nov 24, 2023, 1:16 PM IST

Panchuka ritual in shreemandir

ପୁରୀ: ଶ୍ରୀମନ୍ଦିର ପଞ୍ଜୁକ ନୀତିର ଆଜି ଦ୍ବିତୀୟ ଦିନ ଅର୍ଥାତ ପବିତ୍ର ପଞ୍ଚୁକ ଦ୍ବାଦଶୀ । ଏହି ଦିନ ସ୍ବତନ୍ତ୍ର ବେଷରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି ଶ୍ରୀଜିଉ । ବାଙ୍କଚୂଡ଼ ବେଶରେ ଦର୍ଶନ ଦେଇଛନ୍ତି ବଡଠାକୁର । ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଗହଳି ଲାଗିଛି ।

ଲକ୍ଷ୍ମୀନାରାୟଣ ବେଶ ପରେ ପବିତ୍ର ପଞ୍ଚୁକର ଦ୍ୱିତୀୟ ଦିବସରେ ମହାପ୍ରଭୁଙ୍କର ବାଙ୍କଚୁଡ଼ା ବେଶ ଅନୁଷ୍ଠିତ ହୋଇଥାଏ ।ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ ଅନ୍ୟତମ । କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡୁଥିବା ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ବେଶ ଅନୁଷ୍ଠିତ ହୋଇଥାଏ । ଆବକାଶ ନୀତି ଶେଷ ହେବାପରେ ପାଳିଆ ମେକାପ, ଖୁଣ୍ଟିଆ,ଚାଙ୍ଗଡା ମେକାପ ଏବଂ ପୁଷ୍ପାଳକ ସେବକ ମାନେ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଛନ୍ତି ।

ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର ମଥୁରା ନେବା ପାଇଁ ଗୋପ ଆସିଥିଲେ, ଏହି ବେଶରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ । ସେହି ସୃତିକୁ ଉଜ୍ଜୀବିତ କରିବା ପାଇଁ ଶ୍ରୀମନ୍ଦିରରେ ବହୁ ପୁରାତନ କାଳରୁ ବାଙ୍କଚୂଡ଼ା ବେଶ ପାଳିତ ହୋଇଆସୁଛି । ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବଳଭଦ୍ରଙ୍କ ଶ୍ରୀମସ୍ତକରେ ଚନ୍ଦ୍ରିକା ଚୂଳ ସହିତ ଦକ୍ଷିଣ ଦିଗକୁ ଆଡ ଖୋସା ପଡ଼େ ଏବଂ ଏହି ଖୋସାର ଅଗ୍ର ଗଣ୍ଠିରେ ଏକ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥାଏ ।

ଏହା ବି ପଢନ୍ତୁ...ଶ୍ରୀମନ୍ଦିର ପଞ୍ଚୁକ ନୀତି ଆରମ୍ଭ, ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ଏକ ଛୋଟ ସ୍ୱର୍ଣ୍ଣ କୀରିଟ ଠାକୁରମାନଙ୍କ କପାଳର ଶୀର୍ଷ ଭାଗରେ ଶୋଭାପାଇଥାଏ । ଲକ୍ଷ୍ମୀନାରାୟଣ ବେଶରେ ଲାଗୁଥିବା ଅଧିକାଂଶ ଅଳଙ୍କାର ଏଥିରେ ବ୍ୟବହୃତ ହୋଇଥାଏ । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଚକ୍ର ଓ ଶଙ୍ଖ ଏବଂ ପ୍ରଭୁ ବଳଭଦ୍ର ହଳମୂଷଳ ଧାରଣ କରନ୍ତି । ଏହି ବେଶରେ ଦେବୀ ସୁଭଦ୍ରାଙ୍କ ଆଭୂଷଣ ପରିବର୍ତ୍ତନ ହୁଏନାହିଁ । ମାତ୍ର ତାଙ୍କର ମସ୍ତକ ସୂବର୍ଣ୍ଣ କିଆରେ ଶୋଭିତ ହୁଏ । ଭୋଗ ମଣ୍ଡପ ଶେଷ ହେବାପରେ ଠାକୁରମାନଙ୍କ ଏହି ଆକର୍ଷଣୀୟ ବେଶ ଦର୍ଶନ ପାଇଁ ଭକ୍ତଙ୍କ ଉଦ୍ଦେଶ୍ୟରେ ସାହାଣ ମେଳା ଦର୍ଶନ ହେଇଥାଏ ।

ଭକ୍ତଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ହୋଇଛି । ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଟାଉନ ଥାନା ଠାରୁ ଅସ୍ଥାୟୀ ବ୍ୟାରିକେଡ଼ରେ ଆସି ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ପ୍ରବେଶ କରିବା ସହ ଉତ୍ତର ଦ୍ବାର ଦେଇ ପ୍ରସ୍ଥାନ କରିଛନ୍ତି । ସେହିପରି ମର୍ଚ୍ଚିକୋଟ ଛକ ଠାରେ ପୁରୀ ପୌରସଂସ୍ଥା ପକ୍ଷରୁ ଜୋତା ଷ୍ଟାଣ୍ଡ କରାଯାଇଥିବା ବେଳେ ଭକ୍ତଙ୍କ ପାଇଁ ପାନୀୟ ଜଳର ବ୍ୟବସ୍ଥା କରାଯାଇଛି । ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଭିତର, ବାହାର, ବଡ଼ଦାଣ୍ତ ଏବଂ ଟ୍ରାଫିକ ସୁପରିଚାଳନା ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି । ସମୁଦାୟ ୪୦ ପ୍ଲାଟୁନ ପୋଲିସ ଫୋର୍ସ, ୭ ଅତିରିକ୍ତ ଏସପି, ଡିଏସ୍‌ପି, ଇନ୍ସପେକ୍ଟର, ଏଏସଆଇ ଓ ଏସଆଇଙ୍କ ସହ ୩ଶହରୁ ଊର୍ଦ୍ଧ୍ୱ ହୋମଗାର୍ଡ ସୁରକ୍ଷା ଦାୟିତ୍ବରେ ରହିବେ । ସେହିପରି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନରେ ୫୦ରୁ ଊର୍ଦ୍ଧ୍ୱ ସ୍ବେଚ୍ଛାସେବୀ ସଦସ୍ୟଙ୍କୁ ନିୟୋଜିତ କରାଯାଇଛି ।

ଇଟିଭି ଭାରତ, ପୁରୀ

Last Updated : Nov 24, 2023, 1:16 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.