ETV Bharat / state

ଗୋପବନ୍ଧୁଙ୍କ ଜୟନ୍ତୀ ଅବସରରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନ

author img

By

Published : Oct 9, 2021, 8:05 PM IST

ପଣ୍ଡିତ ଗୋପବନ୍ଧୁ ଜୟନ୍ତୀ ଅବସରରେ ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ ଅରିସଣ୍ଡ ଗ୍ରାମ ପଞ୍ଚାୟତରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନ କରାଯାଇଛି । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ହେଲଥକାର୍ଡ ବାଣ୍ଟି ଶୁଭାରମ୍ଭ କରିଥିଲେ । ଅଧିକ ପଢନ୍ତୁ...

ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ପୁରୀରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ

ପୁରୀ: ପଣ୍ଡିତ ଗୋପବନ୍ଧୁ ଜୟନ୍ତୀ ଅବସରରେ ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ ଅରିସଣ୍ଡ ଗ୍ରାମ ପଞ୍ଚାୟତରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନ କରାଯାଇଛି । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ହେଲଥକାର୍ଡ ବାଣ୍ଟି ଶୁଭାରମ୍ଭ କରିଥିବା ବେଳେ ହିତାଧିକାରୀ ମାନଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ । ୯୮୬ ସ୍ମାର୍ଟ ହେଲଥ କାର୍ଡ ଅରିସଣ୍ଡ ଗ୍ରାମ ପଞ୍ଚାୟତକୁ ଆସିଥିବା ବେଳେ ଆଜି ୨୦୦ ସ୍ମାର୍ଟ ହେଲଥ କାର୍ଡ ଗରିବ ହିତାଧିକାରୀ ମାନଙ୍କୁ ବଣ୍ଟନ କରାଯାଇଥିଲା। ଏହି ହେଲଥ କାର୍ଡ ଦ୍ବାରା ଗରିବ ହିତାଧିକାରୀ ମାନେ ମାଗଣାରେ ଚିକିତ୍ସା ପାଇପାରିବେ ।

ତେବେ ଗରିବ ଲୋକମାନେ ସ୍ବାସ୍ଥ୍ୟସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରୁଥିବା ବେଳେ ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ ।

ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଥିଲେ । ଏହି ଅବସରରେ ସମିତି ସଭ୍ୟ ରାହୁଲ ନାୟକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରଦୀପ୍ତ ଖଟେଇ, ନବଘନ ବଳ, ସୁବାଷ ବିଶ୍ଵାଳ ଉପସ୍ଥିତ ଥିଲେ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.