ETV Bharat / state

ନିୟମକାନୁନ ପରିଧି ଭିତରେ ହେଉ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ: ଧର୍ମେନ୍ଦ୍ର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ବିଭିନ୍ନ ଖବର ଆସୁଥିବା ବେଳେ ନିୟମକାନୁନର ପରିଧି ଭିତରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ ହେବା ଉଚିତ୍ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

author img

By

Published : May 14, 2022, 9:49 PM IST

ନିୟମକାନୁନର ପରିଧି ଭିତରେ ହେଉ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ: ଧର୍ମେନ୍ଦ୍ର ପ୍ରଧାନ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ବିଭିନ୍ନ ଖବର ଆସୁଥିବା ବେଳେ ନିୟମକାନୁନର ପରିଧି ଭିତରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ ହେବା ଉଚିତ୍ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି(ଶନିବାର) ଅନୁଗୋଳ ଜିଲ୍ଲାର କଣିହାଁ ବ୍ଲକ ନିଜ ଗ୍ରାମ ନାଲମରେ ନୃସିଂହନାଥ ମନ୍ଦିର ବାର୍ଷିକ ଉତ୍ସବରେ ଯୋଗ ଦେଇଥିଲେ । ଏହି ଅବସରରେ ସେ କହିଥିଲେ, ‘‘ସଂସ୍କୃତି ସମ୍ପନ୍ନ ରାଜ୍ୟ ଓଡ଼ିଶାରେ ମଠ, ମନ୍ଦିରର ଐତିହ୍ୟ ଓ ପରମ୍ପରା ଦୃଷ୍ଟିକୋଣରୁ ବିଶେଷ ମହତ୍ୱ ରହିଛି । ଏସବୁର ସୁରକ୍ଷା ପାଇଁ ଭାରତ ସରକାରଙ୍କ ବ୍ୟବସ୍ଥିତ ନିୟମ ରହିଛି । ରାଜ୍ୟ ସରକାର ମାନେ ଏହାକୁ ପାଳନ କରିବା ଉଚିତ୍ । ଶ୍ରୀମନ୍ଦିରର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ନେଇ କାହାର ଆପତ୍ତି ନାହିଁ । ମାତ୍ର ବିଗତ କିଛି ଦିନ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଆସୁଥିବା ଖବର ଚିନ୍ତାଜନକ । ଶ୍ରୀମନ୍ଦିର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରୁ ଯେଉଁଭଳି ହଜାର ହଜାର ବର୍ଷ ତଳର ପୁରାତନ ମୂର୍ତ୍ତି ଓ ଅନ୍ୟାନ୍ୟ କୀର୍ତ୍ତିରାଜି ମିଳୁଛି, ସେସବୁ ଅଣଦେଖା କରି ପରିକ୍ରମା ଯୋଜନାରେ ଆଧୁନିକୀକରଣ କହିବା ଉଚିତ୍ ନୁହେଁ ।

ଜଣେ ଜଗନ୍ନାଥ ଭକ୍ତ ଓ ଓଡ଼ିଆ ସଂସ୍କୃତିର ଅନୁଯାୟୀ ଭାବେ ପ୍ରବନ୍ଧକ ମାନଙ୍କ ଠାରୁ ନିୟମକାନୁନ ପରିଧିରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟୀକରଣ ହେବା ମୋର ଅପେକ୍ଷା ରହିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ଏଥି ପୂର୍ବରୁ ମନ୍ତ୍ରୀ ଗାଁର ଲୋକଙ୍କ ସମ ମିଶି ସେମାନଙ୍କ ସୁବିଧା ଅସୁବିଧା ବୁଝିଥିଲେ । କଣିହାଁ ବାଇପାସ୍ ଛକ ସ୍ଥିତ ତାଳଚେର ପ୍ରଜାମଣ୍ଡଳ ଶହୀଦ୍ ସ୍ମୃତି ସ୍ତମ୍ଭକୁ ଯାଇ ପ୍ରଜାମଣ୍ଡଳ ଆନ୍ଦୋଳନରେ ଶହୀଦ ହୋଇଥିବା ବୀର ସଂଗ୍ରାମୀ ମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସେଠାରେ ପ୍ରଜାମଣ୍ଡଳ ଭବନ ପରିସରରେ ଶାନ୍ତି ଓ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ମାଲ୍ୟାର୍ପଣ କରିଥିଲେ କେନ୍ଦ୍ରମନ୍ତ୍ରୀ । ଏହାପରେ କଣିହାଁ ସ୍ଥିତ ଉତ୍କଳମଣି ଗୋପବନ୍ଧୁ ଭବନ ଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ପୁରୋଧା ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଆଖପାଖ ଅଞ୍ଚଳର ଶତାଧିକ ସମର୍ଥକଙ୍କ ସହ ଜିଲ୍ଲା ବିଜେପିର କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.